ଜଗମୋହନପୁର ଓଭରବ୍ରିଜ୍‌ ନିର୍ମାଣରେ ବିଳମ୍ବ

କେନ୍ଦୁଝର,୨୨।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୪୯ର ଜଗମୋହନପୁରଠାରେ ପ୍ରସ୍ତାବିତ ଓଭରବ୍ରିଜ (ଅଣ୍ଡରପାସ) ନିର୍ମାଣରେ ବିଳମ୍ବ ହେଉଛି। ଏହି ସ୍ଥାନରେ ହାତୀ ବର୍ଷର ସବୁ ସମୟରେ ଯାତାୟାତ କରୁଥିବାରୁ ପିୟୁପି ବା ପାସେଞ୍ଜର ଅଣ୍ଡରପାସ ନକରି ଏକ ବଡ଼ ବ୍ରଜ୍‌ କରିବାକୁ ବନବିଭାଗ ପ୍ରସ୍ତାବ ଦେଇଥିଲା। ହାତୀ ସୁରକ୍ଷା ସମନ୍ବୟ ବୈଠକରେ ନିଷ୍ପତ୍ତି ଅନୁଯାୟୀ ଏକ କିଲୋ ମିଟର ଦୀର୍ଘ ଓଭରବ୍ରିଜ ମଧ୍ୟରୁ ହାତୀମାନଙ୍କ ପାଇଁ ୫୩୨ ମିଟର ଲମ୍ବ ଯାତାୟାତ ପଥ ରଖିବାକୁ ଏନ୍‌ଏଚ୍‌ଏଆଇ ସହମତି ପ୍ରକାଶ କରିଥିଲା। ଇତିମଧ୍ୟରେ ଜାତୀୟ ରାଜପଥ ୪୯ କାମ ଶେଷ ହେବାର ୨ ବର୍ଷ ପରେ ମଧ୍ୟ ବ୍ରିଜ୍‌ ପାଇଁ ଟେଣ୍ଡର ହୋଇନାହିଁ। ବ୍ରିଜ୍‌ ହୋଇପାରୁ ନ ଥିବାରୁ ଲୋକଙ୍କ ଯାତାୟାତରେ ମଧ୍ୟ ସମସ୍ୟା ଦେଖାଦେବା ସହ ଧୂଳି ଉଡ଼ି ବାୟୁ ପ୍ରଦୂଷଣ ଜନିତ ସମସ୍ୟା ଦେଖାଦେଉଛି। ବନ ବିଭାଗ ଓ ଏନ୍‌ଏଚ୍‌ଏଆଇ ମଧ୍ୟରେ ସମନ୍ବୟ ବୈଠକରେ ଆଲୋଚନା ହେଉଥିଲେ ହେଁ କାର୍ଯ୍ୟକାରୀ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ହାତୀ ରାସ୍ତା ପାର ହେବାକୁ ଅସୁବିଧା ଭୋଗୁଛନ୍ତି ବୋଲି ସ୍ଥାନୀୟ ଲୋକେ ମତବ୍ୟକ୍ତ କରିଛନ୍ତି। ତୁରନ୍ତ ବ୍ରିଜ୍‌ ନିର୍ମାଣ ନ ହେଲେ ଆଗାମୀ ଦିନରେ ସ୍ଥାନୀୟ ଲୋକେ ଆନ୍ଦୋଳନ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri