ନୂଆଗଡ଼ ପୋଲ ନିର୍ମାଣ ବିଳମ୍ବ

ଆଠମଲ୍ଲିକ, ୭।୧୧(ଡି.ଏନ.ଏ.)  ଆଠମଲ୍ଲିକ ବ୍ଲକ ନୂଆଗଡ଼ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ଘଟୁଥିବା ୯ ଗ୍ରାମର ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଏ ନେଇ ଗୁରୁବାର ନୂଆଗଡ ପିଢ ନିକଟରେ ଏକ ବୈଠକ ବସିଥିଲା।
ସୂଚନାଯୋଗ୍ୟ, ଆଠମଲ୍ଲିକ-ବଇଣ୍ଡା ପୂର୍ତ୍ତ ବିଭାଗ ରାସ୍ତାକଡ଼ ନୂଆଗଡ ଚଡ଼କା ନାଳରେ ପୋଲ ନିର୍ମାଣ କାର୍ଯ୍ୟ ୨୨ କୋଟି ବ୍ୟୟ ଅଟକଳରେ ୨୦୧୮ରୁ ଚାଲିଛି। ବର୍ତ୍ତମାନ ସୁଦ୍ଧା ଫାଉଣ୍ଡେଶନ କାର୍ଯ୍ୟ ସହିତ ୧୧ଟି ପିଲର କାର୍ଯ୍ୟ ହୋଇ ରଡ଼ ବନ୍ଧାରେ କାମ ଅଟକି ରହିଛି। ଠିକାସଂସ୍ଥା ମନ୍ଥର ଗତିରେ ନିର୍ମାଣ କାର୍ଯ୍ୟ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। କାର୍ଯ୍ୟର ଅବଧି ୨୦୨୦ ପର୍ଯ୍ୟନ୍ତ ରହିଥିଲା। ମାତ୍ର ଠିକାଦାରଙ୍କ ମନମୁଖି କାର୍ଯ୍ୟ ପାଇଁ ପୋଲ ନିର୍ମାଣ କାମରେ ବିଳମ୍ବ ଘଟୁଛି। ପୋଲ କାର୍ଯ୍ୟ ଶେଷ ହେଉ ନ ଥିବାରୁ ଗ୍ରାମବାସୀ, ଛାତ୍ରୀଛାତ୍ର, ବୃଦ୍ଧାବୃଦ୍ଧ ଆଠମଲ୍ଲିକ ସହରକୁ ବିଭିନ୍ନ କାର୍ଯ୍ୟ ପାଇଁ ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ପୋଲ ନିର୍ମାଣ କାର୍ଯ୍ୟ ଶେଷ ନ ହେଲେ ନୂଆଗଡ, ଖମ୍ବେଶ୍ୱରପାଲି, କଇରୀ ଘଟି, ଜିରାଡ଼, ମହେନ୍ଦ୍ରପୁର, ଗୋପାଳପୁର, କୁଶପୁର, ମାଳିପଦର, ପୁଇଚାଣ୍ଡିଆ ଆଦି ଗ୍ରାମବାସୀ ଆନ୍ଦୋଳନ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଏହାଛଡ଼ା ଏକ ପ୍ରତିନିଧି ଦଳ ଅନୁଗୋଳ ଜିଲାପାଳ, ପୂର୍ତ୍ତ ବିଭାଗ ନିର୍ବାହୀ ଅଧିକାରୀଙ୍କୁ ଭେଟି ଅବଗତ କରାଇବବ। ତୁରନ୍ତ ପୋଲ ନିର୍ମାଣ କାର୍ଯ୍ୟ ଶେଷ କରି ଲୋକାର୍ପିତ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ସ୍ଥାନୀୟ ସହକାରୀ ଯନ୍ତ୍ରୀ ବିଜୟ କୁମାର ସାହୁ କହିଛନ୍ତି, ପାହାଡି ନାଳରେ ପାଣି ଥିବାରୁ ନିର୍ମାଣ କାର୍ଯ୍ୟ ଅଟକିଛି। ଠିକାଦାର ଅନ୍ୟପଥ ଦେଇ ପାଣି ନିଷ୍କାସନ କରି କାମ ଆରମ୍ଭ କରିଛନ୍ତି। ଏଥିପାଇଁ ନାଳ ଖୋଲା ଚାଲିଛି। ଖୁବ୍‌ଶୀଘ୍ର ପୋଲ ନିର୍ମାଣ କାର୍ଯ୍ୟ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri