ଓଭରବ୍ରିଜ ନିର୍ମାଣରେ ବିଳମ୍ବ, ଆନ୍ଦୋଳନ ଚେତାବନୀ ଦେଲେ ସ୍ଥାନୀୟ ବାସିନ୍ଦା

ଗଞ୍ଜାମ,୧୪ା୧୧(ବିଦ୍ୟାଧର ସାହୁ/ଅଖିଳ ତରାଇ): ୧୬ ନଂ ଜାତୀୟ ରାଜପଥ ହୁମା ଓଭରବ୍ରିଜ ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଯୋଗୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ଏନେଇ ହୁମା ପଞ୍ଚାୟତ ସମିତି ସଭ୍ୟ ଧ୍ରୁବଚରଣ ପଲାଇଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଗଞ୍ଜାମ ଜିଲାପାଳଙ୍କ ନିକଟରେ ଏକ ଦାବିପତ୍ର ମାଧ୍ୟମରେ ଜାତୀୟ ରାଜପଥରେ ନିର୍ମାଣାଧୀନ ଓଭରବ୍ରିଜ କାର୍ଯ୍ୟ ତୁରନ୍ତ ସମାପ୍ତ କରିବାକୁ ଦାବି କରିଛନ୍ତି।

ଅଞ୍ଚଳବାସୀଙ୍କ ଅଭିଯୋଗ ଅନୁଯାୟୀ, ଦୀର୍ଘଦିନ ଧରି ବ୍ରିଜ ନିର୍ମାଣ ଶେଷ ନ ହେବାରୁ ଦୁର୍ଘଟଣା ବଢ଼ିବାରେ ଲାଗିଛି ଏବଂ ଅନେକ ଧନଜୀବନ ହାନି ହୋଇଛି। ସ୍କୁଲ, ବ୍ୟାଙ୍କ, ମନ୍ଦିର ଓ ଦୋକାନ ଏହି ରାଜପଥ ପାର୍ଶ୍ୱରେ ଥିବାରୁ ଯାତାୟାତ ବହୁଳ ମାତ୍ରାରେ ହୋଇଥାଏ, ଫଳରେ ଲୋକେ ଓ ବିଶେଷକରି ଛୋଟ ପିଲାମାନେ ଅସୁରକ୍ଷିତ ମନେ କରୁଛନ୍ତି। ପୁଣି ଧୂଳି ଓ ମଇଳା ଯୋଗୁ ଘରୋଇ ସାମଗ୍ରୀ ନଷ୍ଟ ହେବା ସହ ଲୋକମାନେ ରୋଗଗ୍ରସ୍ତ ହେଉଛନ୍ତି।
ପ୍ରଶାସନକୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଯଦି ଏହି ସମସ୍ୟାର ତୁରନ୍ତ ସମାଧାନ ନ ହୁଏ, ତେବେ ରାଜରାସ୍ତାକୁ ଓହ୍ଲାଇ ତୀବ୍ର ଆନ୍ଦୋଳନ କରିବାକୁ ସେମାନେ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ ଧ୍ରୁବ ଚରଣ ପଲାଇଙ୍କ ସମେତ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଘୁନାଥ ସାହୁ, ବିପ୍ର ଚରଣ ପରିଡ଼ା, ପ୍ରଶାନ୍ତ ପରିଡ଼ା, ମାଧବ ପଲାଇ, ରଙ୍କ ପ୍ରଧାନ, ଗଗନ ପଲାଇ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଅଟୋ ଆଗକୁ ଡେଇଁ ପଡ଼ିଲା ମାଙ୍କଡ: ଆଉ ତା’ପରେ…

ଧରାକୋଟ,୧୮ା୧ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ତାଳପାଟଣା ନିକଟରେ ଚଳନ୍ତା ଅଟୋ ଆଗକୁ ଏକ ମାଙ୍କଡ ଡେଇଁ ପଡିବାରୁ ଭାରସାମ୍ୟ ହରାଇ...

କୋହଲିଙ୍କ ଶତକ ସତ୍ତ୍ୱେ ହାରିଲା ଟିମ୍‌ ଇଣ୍ଡିଆ

ଇନ୍ଦୋର,୧୮।୧- ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ...

ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…

ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ...

କେତୁଙ୍କ ଗତି ପରିବର୍ତ୍ତନ, ସମସ୍ୟା ଭୋଗିବେ ଏହି ରାଶି

ଜ୍ୟୋତିଷ ଶାସ୍ତ୍ରରେ କେତୁକୁ ଛାୟା ଗ୍ରହ କୁହାଯାଏ । ଏହାର ନକାରାତ୍ମକ ପ୍ରଭାବ ଯୋଗୁଁ ଜଣେ ବ୍ୟକ୍ତି ମାନସିକ ଚାପ ଏବଂ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି...

ଦୀର୍ଘ ୪୦ ବର୍ଷ ପରେ ଏକାଠି ହେଲେ ପୁରାତନ ଛାତ୍ର: ପଦ୍ମନାଭପୁର ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ବନ୍ଧୁମିଳନ ଉତ୍ସବ

ଦିଗପହଣ୍ଡି,୧୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ୧୯୮୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଙ୍କ...

ପୋଖରୀହୁଡ଼ାରୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ

ଉମରକୋଟ, ୧୮।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୋଏଲାରବେଡ଼ା ଗାଁ ପୋଖରୀହୁଡ଼ାରୁ ରବିବାର ଜଣେ ନବଜାତକଙ୍କ ମୃତଦେହ ମିଳିଛି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି...

କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି।...

ଯୋଗେନ୍ଦ୍ରଙ୍କୁ ମିଳିଲା ଗୁରୁଦାୟିତ୍ୱ: ନବୀନଙ୍କୁ ଜଣାଇଲେ କୃତଜ୍ଞତା

ବଡ଼ଗାଁ, ୧୮।୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ବିଜେଡି ସଭାପତି ଭାବେ ଫୁଲବାରୀ ସରପଞ୍ଚ ତଥା ବଡ଼ଗାଁ ବ୍ଲକ ସରପଞ୍ଚ ସଂଘ ସଭାପତି ଯୋଗେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri