ଓଭରବ୍ରିଜ ନିର୍ମାଣରେ ବିଳମ୍ବ, ହାତୀଙ୍କ ଚଳପ୍ରଚଳରେ ସମସ୍ୟା

କେନ୍ଦୁଝର,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ଜଗମୋହନପୁରଠାରେ ପ୍ରସ୍ତାବିତ ଓଭରବ୍ରିଜ୍‌ (ଅଣ୍ଡରପାସ) ନିର୍ମାଣରେ ବିଳମ୍ବ ହେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହି ସ୍ଥାନରେ ହାତୀଙ୍କ ବର୍ଷର ସବୁ ସମୟରେ ଯାତାୟାତ ରହୁଥିବାରୁ ପିୟୁପି ବା ପାସେଞ୍ଜର ଅଣ୍ଡରପାସ୍‌ ନ କରି ଏକ ବଡ଼ ବ୍ରିଜ କରିବାକୁ ବନ ବିଭାଗ ପ୍ରସ୍ତାବ ଦେଇଥିଲା। ହାତୀ ସୁରକ୍ଷା ସମନ୍ବୟ ବୈଠକରେ ନିଷ୍ପତ୍ତି ଅନୁଯାୟୀ, ୧ କିଲୋମିଟର ଦୀର୍ଘ ଓଭରବ୍ରିଜ୍‌ ମଧ୍ୟରୁ ହାତୀମାନଙ୍କ ପାଇଁ ୫୩୨ ମିଟର ଲମ୍ବ ଯାତାୟାତ ପଥ ରଖିବାକୁ ଏନ୍‌ଏଚ୍‌ଏଆଇ ସହମତି ପ୍ରକାଶ କରିଥିଲା। ତେବେ ଇତିମଧ୍ୟରେ ଜାତୀୟ ରାଜପଥ ୪୯ କାମ ଶେଷ ହେବାର ୨ ବର୍ଷ ପରେ ମଧ୍ୟ ବ୍ରିଜ୍‌ ପାଇଁ ଟେଣ୍ଡର ମଧ୍ୟ ହୋଇନାହିଁ। ଜଗମୋହନପୁରଠାରେ ବ୍ରିଜ୍‌ ହୋଇପାରୁ ନ ଥିବାରୁ ଲୋକଙ୍କ ଯାତାୟାତରେ ସମସ୍ୟା ଦେଖାଦେବା ସହ ଧୂଳି ଉଡୁଥିବାରୁ ବାୟୁ ପ୍ରଦୂଷଣ ଜନିତ ସମସ୍ୟା ଦେଖାଦେଉଛି। ଏନେଇ ମଧ୍ୟ ବନ ବିଭାଗ ଓ ଏନ୍‌ଏଚ୍‌ଏଆଇ ବିଭାଗ ମଧ୍ୟରେ ସମନ୍ବୟ ବୈଠକରେ ଆଲୋଚନା ହେଉଥିଲେ ହେଁ କାମ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ସେହିପରି ହାତୀମାନେ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ରାସ୍ତା ପାର ହୋଇ ଚଳପ୍ରଚଳ କରିବାକୁ ଅସୁବିଧା ଭୋଗୁଛନ୍ତି ବୋଲି ସ୍ଥାନୀୟ ଲୋକମାନେ ମତବ୍ୟକ୍ତ କରୁଛନ୍ତି। ଏହି କାରଣରୁ ବାରମ୍ବାର ଦୁର୍ଘଟଣା ଘଟି ବହୁ ଧନଜୀବନ ହାନି ହେଉଥିବାରୁ ନିର୍ମାଣ ତୁରନ୍ତ କରା ନ ଗଲେ ଆଗାମୀ ଦିନରେ ସ୍ଥାନୀୟ ଲୋକ ଆନ୍ଦୋଳନ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri