ରେଲ୍‌ଓ୍ବେ ଓଭରବ୍ରିଜ୍‌ ନିର୍ମାଣରେ ବିଳମ୍ବ

ଯାଜପୁର ରୋଡ,୯ା୯(ଡି.ଏନ.ଏ.): ଯାଜପୁରରୋଡ୍‌ ରେଳ ଷ୍ଟେଶନର ଉତ୍ତର ପଟେ ଓଭରବ୍ରିଜ ନିର୍ମାଣରେ ବିଳମ୍ବକୁ ନେଇ ଯାଜପୁରରୋଡ୍‌ ଷ୍ଟେଶନ ମ୍ୟାନେଜରଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଯାଜପୁରରୋଡ ରେଳ ଷ୍ଟେଶନ ଗସ୍ତରେ ଆସିଥିବା ଡିଭିଜନର ଡିଆର୍‌ ୟୁସିସି ମେମ୍ବର ବିଜୟ କୁମାର ଧଳ, ରେଳବାଇ ଡେପୁଟି ଇଣ୍ଟେଲିଜେନ୍ସ ଅଫିସର୍‌ ପ୍ରଶାନ୍ତ କୁମାର ପରିଡ଼ା ଷ୍ଟେଶନ ମ୍ୟାନେଜର ସମୀର ରଞ୍ଜନ ସ୍ବାଇଁଙ୍କ ଉପସ୍ଥିତିରେ ସମସ୍ତ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଓଭର ବ୍ରିଜ କାମ କାହିଁକି ଆଜିଯାଏ ଆରମ୍ଭ ହେଇନାହିଁ ସେ ସଂକ୍ରାନ୍ତରେ ଆଲୋଚନା କରାଯାଇଥିଲା। ଏଥିସହିତ ଯାଜପୁରରୋଡକୁ ଡିଭିଜନ ଘୋଷଣା ସମେତ ୫ ଦଫା ଦାବି ନେଇ ଏକ ସ୍ମାରକପତ୍ର ଡିଆରୟୁସିସି ମେମ୍ବର ଧଳଙ୍କୁ ଦିଆଯାଇଛି। ଏ ସମସ୍ତ ଦାବିକୁ ନେଇ ଅକ୍ଟୋବର ୧୯ରେ ଖୋର୍ଦ୍ଧା ଡିଆରୟୁସିସି ବୈଠକରେ ଡିଆର୍‌ଏମଙ୍କୁ ପ୍ରଦାନ କରାଯାଇ ବିହୀତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଧଳ ପ୍ରତିଶ୍ରୁତି ଦେଇଛନ୍ତି। ଏଥି ସହିତ ସେଦିନ ମିଳିତ ମଞ୍ଚର ଏକ ପ୍ରତିନିଧି ଦଳ ଖୋର୍ଦ୍ଧା ବୈଠକକୁ ଯାଇ ଦାବିପତ୍ର ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି। ଏ ସବୁ ଦାବି ତୁରନ୍ତ ପୂରଣ ନ ହେଲେ ସହରବାସୀ ଏକଜୁଟ ହୋଇ ଜନଆନ୍ଦୋଳନ କରିବେବୋଲି ଚେତାବନୀ ଦିଆଯାଇଛି। ବୈଠକରେ ମିଳିତ ମଞ୍ଚ ଆବାହକ ଆଇନଜୀବୀ ଚନ୍ଦ୍ରଶେଖର ପଣ୍ଡା, ରେଳବାଇ ଷ୍ଟେଶନ ପରାମର୍ଶଦାତା କମିଟି ସଦସ୍ୟ ଚିନ୍ତାମଣି ପାଢ଼ୀ, ସଦାଶିବ ଦାସ, ଡ. ଦୁଷ୍ମନ୍ତ କୁମାର ନାୟକ ପ୍ରମୁଖ ଅଂଶଗ୍ରହଣ କରି ଷ୍ଟେଶନର ବିବିଧ ସମସ୍ୟା ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri