ଜବରଦଖଲ ଉଚ୍ଛେଦ ବିଳମ୍ବ ଯୋଗୁ ଟ୍ରାଫିକ ସମସ୍ୟା ବୃଦ୍ଧି, ଯାତ୍ରୀ ହାଟହଟା: ତହସିଲଦାର କହିଲେ ୨-୩ ଦିନରେ…

ଦାରିଙ୍ଗବାଡି, ୧୧।୧ (ଅରୁଣ ସାହୁ ): ଦାରିଙ୍ଗବାଡିର ଚଳଚଞ୍ଚଳ ରାସ୍ତା ମଧ୍ୟରେ ଚାରିଛକ ଠାରୁ ବ୍ଲକ ରାସ୍ତା ଏବେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଦୈନିକ ଉକ୍ତ ରାସ୍ତାରେ ଛୋଟ ବଡ଼ ଦୁର୍ଘଟଣା ଲାଗି ରହୁଛି । ପ୍ରକାଶ ଯେ, ୫୯ନଂ ଜାତୀୟ ରାଜପଥର ଚାରିଛକ ଠାରୁ ପର୍ତ୍ତମାହା ଦେଇ କୋଟଗଡ଼କୁ ସଂଯୋଗ କରୁଥିବା ରାସ୍ତା ପୂର୍ତ୍ତ ବିଭାଗ ଦ୍ୱାରା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି । ତେବେ ଚାରିଛକ ଠାରୁ ବ୍ଲକ ରାସ୍ତାର ଉଭୟ ପାଖରେ ରାଶନ ଦୋକାନ ସମେତ କପଡ଼ା, ଔଷଧ, ମୋବାଇଲ, ଷ୍ଟେସେନାରୀ, ଜଳଖିଆ ହୋଟେଲ ଆଦି ରହିଛି । ଯାହାକି ରାସ୍ତାକୁ ଲାଗି ଏହି ବ୍ୟବସାୟ ଅନୁଷ୍ଠାନ ଗୁଡିକ ରହିଛି । ରାସ୍ତା ସମ୍ପ୍ରସାରଣ ପୂର୍ବରୁ ଜବରଦଖଲ ଉଚ୍ଛେଦ କରାଯିବାକୁ ତହସିଲ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଥିଲା । କିନ୍ତୁ ରାସ୍ତାରେ ପିଚୁ କାର୍ଯ୍ୟ ସରିଥିଲେ ମଧ୍ୟ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାରେ ବିଳମ୍ବ ଘଟୁଛି । ଫଳରେ ଏକାଧିକ ହୋଲସେଲ ରାଶନ ଦୋକାନ ଗୁଡିକ ରହିଥିବାରୁ ଦିନରେ ଭାରୀଯାନ ଗୁଡିକ ଦୋକାନ ସମ୍ମୁଖରେ ପାର୍କିଂ କରୁଛନ୍ତି ଯେଉଁ ସମୟରେ ଏହି ପାର୍କିଂ ହେଉଛି । ସେହି ସମୟରେ ହିଁ ବ୍ଲକ କାର୍ଯ୍ୟାଳୟ ସମେତ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ କାର୍ଯ୍ୟାଳୟ, ସ୍କୁଲ ଓ କଲେଜକୁ ଲୋକଙ୍କ ଯାତାୟାତ ରହୁଛି । ଫଳରେ ଟ୍ରାଫିକ ଭିଡ଼ ଯୋଗୁ ଗାଡିମୋଟର ଯାତାୟାତ ସମସ୍ୟା ଉପୁଜୁଛି। ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସ ମଧ୍ୟ ଜବରଦଖଲ ଉଚ୍ଛେଦ ପାଇଁ ବାରମ୍ବାର ନିର୍ଦ୍ଦେଶ ଦେଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ଉକ୍ତ ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ବାସିନ୍ଦା ବାରମ୍ବାର ପୋଲିସ ଏବଂ ତହସିଲଦାରଙ୍କ ଦୃଷ୍ଟିକୁ ନେଇଥିଲେ ମଧ୍ୟ କୌଣସି ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ନିଆଯାଉନଥିବା ନେଇ ଜନଅସନ୍ତୋଷ ବୃଦ୍ଧି ପାଉଛି । ଏନେଇ ଦାରିଙ୍ଗବାଡି ତହସିଲଦାର ଧୀରଜ ପାତ୍ରଙ୍କ ସହ ଯୋଗାଯୋଗ କରାଯିବା ପରେ ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି -ଆସନ୍ତା ୨ ରୁ ୩ ଦିନ ମଧ୍ୟରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ଆମେ ଘୋଷଣା କରି ଗୋଟିଏ ସପ୍ତାହ ମଧ୍ୟରେ ଜବରଦଖଲ ଉଚ୍ଛେଦ କରିବୁ ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri