ସମ୍ପ୍ରସାରଣ କାର୍ଯ୍ୟରେ ବିଳମ୍ବ: ଅସରାଏ ବର୍ଷା ହେଲେ ରାସ୍ତାର ଅବସ୍ଥା ବେହାଲ, ୮ କିଲୋମିଟରକୁ…

ଦାରିଙ୍ଗବାଡ଼ି,୨୬ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ବୁରାଙ୍ଗିଆ ଗ୍ରାମଠାରୁ ବୁଡ଼ାଗୁଡ଼ାର ପୂର୍ତ୍ତ ବିଭାଗ ରାସ୍ତାକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି।

ପ୍ରକାଶ ଯେ, ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର କ. ନୂଆଗାଁ ବ୍ଲକ ସିର୍ତ୍ତିଗୁଡ଼ା ନିକଟ ବକରପଟା ଛକରୁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ବୁଡ଼ାଗୁଡ଼ା ପୂର୍ତ୍ତ ବିଭାଗ ରାସ୍ତାକୁ ସଂଯୋଗ ପାଇଁ ପ୍ରାୟ ୮ କିମି ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏନେଇ ସରକାରଙ୍କ ପକ୍ଷରୁ ୬ କୋଟି ଟଙ୍କା ଅନୁଦାନ ରହିଛି। ତେବେ ଉକ୍ତ ରାସ୍ତାରେ କେବଳ ମେଟାଲ ପକାଇ ତା’ ଉପରେ ମାଟି ପକାଇ ଛାଡ଼ି ଦିଆଯାଇଥିବା ବେଳେ ଆଉ କିଛି ସ୍ଥାନରେ କେବଳ ମାଟି ପକାଇ ଛାଡ଼ି ଦିଆଯାଇଛି।

ଅତି ନିମ୍ନମାନର କାର୍ଯ୍ୟ ଯୋଗୁ ସେହି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ବର୍ଷାରେ ଏକାଧିକ ସ୍ଥାନରେ ମେଟାଲ ଓ ମାଟି ଧୋଇହୋଇ ଗଲାଣି। ଏବେ ବର୍ଷା ଯୋଗୁ ସେହି ରାସ୍ତାରେ ଅଞ୍ଚଳବାସୀ ଯାତାୟାତ କରିପାରୁ ନ ଥିବା ଗ୍ରାମର ପ୍ରକାଶ ପ୍ରଧାନ, ସୁବଳ ନାୟକ, ପ୍ରଶାନ୍ତ ପ୍ରଧାନ ପ୍ରମୁଖ ଅଭିଯୋଗ କରିଛନ୍ତି। ବର୍ଷା ପୂର୍ବରୁ ଉକ୍ତ ରାସ୍ତାରେ ମେଟାଲ ଉପରେ ମୋରମ ପକାଇ ରୋଲର ଚଢ଼ାଯାଇଥିଲେ ହୁଏତ ଆଜି ଏହି ଦୁର୍ଦ୍ଦଶା ଭୋଗି ନ ଥାନ୍ତୁ ବୋଲି ଗ୍ରାମର ବୃନ୍ଦାବନ ସାହୁ କହିଛନ୍ତି।
ଗ୍ରାମ ଉନ୍ନୟନ ବିଭାଗ ଦ୍ୱାରା ଉକ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ ଯେଉଁ ଠିକାସଂସ୍ଥା ଉକ୍ତ କାର୍ଯ୍ୟ କରୁଛି ତାକୁ ଏବଂ ବିଭାଗକୁ ଅଞ୍ଚଳବାସୀ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କେହି ଶୁଣୁ ନ ଥିବା ଅଭିଯୋଗ ହେଉଛି। ଏନେଇ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ ବେହେରାଙ୍କୁ ପଚାରି ବୁଝିବାରୁ କାର୍ଯ୍ୟ ଚାଲିଛି କିନ୍ତୁ ଠିକାସଂସ୍ଥା ବିଭାଗର ଅଧିକାରୀଙ୍କ କଥା ଶୁଣୁ ନ ଥିବା ସେ କହିଛନ୍ତି।
ଅନ୍ୟପକ୍ଷରେ ଠିକାସଂସ୍ଥାର ମାଲିକ ବଣ୍ଟି ଅଗ୍ରଓ୍ବାଲଙ୍କ ସହ ଯୋଗାଯୋଗ କରିବାରୁ ଦେଖୁଛି କ’ଣ ହୋଇଛି କହି ଘଟଣାକୁ ସେ ହାଲ୍‌କା ଭାବେ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri