Posted inଜାତୀୟ

ନୀରବଙ୍କ ପ୍ରତ୍ୟର୍ପଣରେ ବିଳମ୍ବ

ନୂଆଦିଲ୍ଲୀ, ୧୦।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ରୁ ବୃହତ୍‌ ଋଣ ଠକେଇରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବ ମୋଦିଙ୍କ ଭାରତ ପ୍ରତ୍ୟର୍ପଣ ବିଳମ୍ବ ହେଉଛି। ଏହି ପ୍ରକ୍ରିୟା ଆହୁରି ବିଳମ୍ବ ହେବ ବୋଲି କୁହାଯାଉଛି। ବ୍ରିଟେନ ହାଇକୋର୍ଟ ନୀରବଙ୍କୁ ମାନସିକ ସ୍ବାସ୍ଥ୍ୟ ଆଧାରରେ ଆବେଦନ କରିବାକୁ ମଞ୍ଜୁରୀ ଦେଇଛନ୍ତି। ଲଣ୍ଡନର ମାଜିଷ୍ଟ୍ରେଟ କୋର୍ଟ ନୀରବଙ୍କ ଭାରତ ପ୍ରତ୍ୟର୍ପଣ ନିଷ୍ପତ୍ତି ବିରୋଧରେ ଅପିଲ କରିବା ଲାଗି ମଞ୍ଜୁରୀ ପ୍ରଦାନ କରିଛନ୍ତି। ମାନସିକ ସ୍ବାସ୍ଥ୍ୟ ଏବଂ ମାନବିକ ଅଧିକାର ଭଳି ପ୍ରସଙ୍ଗକୁ ବିଚାରକରି ନୀରବଙ୍କୁ କୋର୍ଟ ଏଭଳି ଆଶ୍ୱସ୍ତି ଦେଇଛନ୍ତି। ଲଣ୍ଡନ ହାଇକୋର୍ଟର ବିଚାରପତି ମାର୍ଟିନ ଚ୍ୟାମ୍ପରଲିନ କୋଭିଡ୍‌ ନିୟମକୁ ନଜରରେ ରଖି ଭର୍ଚୁଆଲ ଭାବେ ଶୁଣାଣି କରିଛନ୍ତି। ନୀରବଙ୍କ ଓକିଲ କୋର୍ଟରେ ଯୁକ୍ତି ଉପସ୍ଥାପନ କରିଛନ୍ତି। ନୀରବଙ୍କ ଆତ୍ମହତ୍ୟା ଭଳି କଥା ମଧ୍ୟ ସେ କହିଛନ୍ତି।
ନୀରବଙ୍କ ଆତ୍ମହତ୍ୟା ପ୍ରୟାସକୁ ରୋକିବା ପାଇଁ ମୁମ୍ବାଇ ଆର୍ଥର ରୋଡ୍‌ ଜେଲରେ ପର୍ଯ୍ୟାପ୍ତ ସୁବିଧା ନେଇ କୋର୍ଟରେ ଶୁଣାଣି ହେବା ଆବଶ୍ୟକ ବୋଲି ଓକିଲ କହିଛନ୍ତି। ନୀରବ ଭାରତ ଆସିଲେ ଏହି ଜେଲରେ ରହିବେ ବୋଲି ଆଲୋଚନା ହେଉଛି। ଲଣ୍ଡନର ମାଜିଷ୍ଟ୍ରେଟ କୋର୍ଟ ଚଳିତ ବର୍ଷ ଫେବୃୟାରୀରେ ନୀରବଙ୍କ ଭାରତ ପ୍ରତ୍ୟର୍ପଣକୁ ମଞ୍ଜୁରୀ ଦେଇଥିଲେ। ଏପ୍ରିଲରେ ବ୍ରିଟେନ ସରକାର ଏହି ପ୍ରସ୍ତାବକୁ ଅନୁମୋଦନ କରିଥିଲେ। ଏହାକୁ ନେଇ ବ୍ରିଟେନ ହାଇକୋର୍ଟରେ ଅପିଲ କରିବା ନେଇ ନୀରବଙ୍କ ନିକଟରେ ବିକଳ୍ପ ରହିଥିଲା। ମୋଦିଙ୍କ ଅପିଲ ପରେ ହାଇକୋର୍ଟ ମାଜିଷ୍ଟ୍ରେଟ କୋର୍ଟଙ୍କ ନିଷ୍ପତ୍ତି ଉପରେ ଅପିଲ କରିବାକୁ ମଞ୍ଜୁରୀ ଦେଇଛନ୍ତି। ବ୍ରିଟେନ ଆଇନ ଅନୁସାରେ କୌଣସି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବା ଲାଗି ପ୍ରଥମେ ସମ୍ବନ୍ଧିତ କୋର୍ଟର ଅନୁମତି ନେବାକୁ ପଡିବ। ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବା ଲାଗି ପର୍ଯ୍ୟାପ୍ତ କାରଣ ରହିଛି କି ନାହିଁ ତାହା କୋର୍ଟ ବିଚାର କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri