ବସୁଧା ଯୋଜନା କାର୍ଯ୍ୟକାରୀ ହେବାରେ ବିଳମ୍ବ, ପିଇବା ପାଣି ପାଇଁ ଲୋକେ ହଇରାଣ

କର୍ଲାମୁଣ୍ଡା,୨୦ା୫(ଡି.ଏନ୍‌.ଏ.): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାର ସାଧାରଣ ଲୋକଙ୍କ ପାଇଁ ବସୁଧା ଭଳି ଯୋଜନା ଅପହଞ୍ଚ ହୋଇ ପଡ଼ିରହୁଛି। ଏଭଳି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ କଣ୍ଡରେଇ ଗାଁରେ ଚାଲିଥିବା ବସୁଧା ଯୋଜନାରେ ଦେଖିବାକୁ ମିଳିଛି। ବ୍ଲକ ସଦରଠାରୁ ୧୦ କିମି ଦୂରରେ ଅବସ୍ଥିତ ଏହି ଗାଁରେ ୪୮୦ଟି ପରିବାରର ୧୪୦୦ରୁ ଊଦ୍ଧର୍‌ବ ଲୋକେ ବସବାସ କରନ୍ତି। ତେବେ ପୂର୍ବରୁ ଗାଁ ଲୋକଙ୍କ ପାଇଁ ପାନୀୟ ଜଳର ସମସ୍ୟା ରହିଆସିଥିବାରୁ ସରକାରଙ୍କ ବସୁଧା ଯୋଜନା ଆରମ୍ଭ କରାଯାଇଥିଲେ ହେଁ ପ୍ରକଳ୍ପଟି ସମ୍ପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହେବାରେ ଅହେତୁକ ବିଳମ୍ବ ଘଟୁଥିବାରୁ ସ୍ଥାନୀୟ ଲୋକଙ୍କ ପାନୀୟ ଜଳ ସମସ୍ୟା ଦୂର ହେଇପାରୁ ନ ଥିବା ଦେଖିବାକୁ ମିଳିଛି। ପ୍ରକଳ୍ପଟିକୁ ଶୀଘ୍ର ସାରିବାକୁ ସମ୍ପୃକ୍ତ ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ହେଁ କେହି ଶୁଣୁ ନ ଥିବା ପୂର୍ବତନ ସମିତିସଭ୍ୟ ନୀଳାମ୍ବର ବେହେରା ଅଭିଯୋଗ କରିଛନ୍ତି। ଏହି ଗାଁର ବିଭିନ୍ନ ପଡ଼ାକୁ ମିଶାଇ ୧୦ଟି ନଳକୂପ ରହିଥିଲେ ମଧ୍ୟ ସବୁ ନଳକୂପରୁ ବାହାରୁଥିବା ପାଣି ପିଇବା ଯୋଗ୍ୟ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ବିଭାଗୀୟ ଯନ୍ତ୍ରୀ ଅନସୂୟା ଭଞ୍ଜଙ୍କୁ ପଚାରିବାରୁ ପ୍ରକଳ୍ପ ପାଇଥିବା ଠିକାଦାରଙ୍କ ଯୋଗୁ ପ୍ରକଳ୍ପଟି ସମ୍ପୂର୍ଣ୍ଣ ହେଇପାରୁ ନ ଥିବାରୁ ଠିକାଦାରଙ୍କୁ ଦୁଇଥର ଚିଠି କରିଥିବା ସୂଚନା ଦେଇଥିଲେ ଓ ପ୍ରକଳ୍ପର ବେଶି କିଛି କାମ ରହିନାହିଁ। ତଥାପି କିପରି କାର୍ଯ୍ୟଶୀଘ୍ର ସମ୍ପୂର୍ଣ୍ଣ ହେବ ସେ ଉପରେ ଚେଷ୍ଟା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?