ବସୁଧା ଯୋଜନା କାର୍ଯ୍ୟକାରୀ ହେବାରେ ବିଳମ୍ବ, ପିଇବା ପାଣି ପାଇଁ ଲୋକେ ହଇରାଣ

କର୍ଲାମୁଣ୍ଡା,୨୦ା୫(ଡି.ଏନ୍‌.ଏ.): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାର ସାଧାରଣ ଲୋକଙ୍କ ପାଇଁ ବସୁଧା ଭଳି ଯୋଜନା ଅପହଞ୍ଚ ହୋଇ ପଡ଼ିରହୁଛି। ଏଭଳି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ କଣ୍ଡରେଇ ଗାଁରେ ଚାଲିଥିବା ବସୁଧା ଯୋଜନାରେ ଦେଖିବାକୁ ମିଳିଛି। ବ୍ଲକ ସଦରଠାରୁ ୧୦ କିମି ଦୂରରେ ଅବସ୍ଥିତ ଏହି ଗାଁରେ ୪୮୦ଟି ପରିବାରର ୧୪୦୦ରୁ ଊଦ୍ଧର୍‌ବ ଲୋକେ ବସବାସ କରନ୍ତି। ତେବେ ପୂର୍ବରୁ ଗାଁ ଲୋକଙ୍କ ପାଇଁ ପାନୀୟ ଜଳର ସମସ୍ୟା ରହିଆସିଥିବାରୁ ସରକାରଙ୍କ ବସୁଧା ଯୋଜନା ଆରମ୍ଭ କରାଯାଇଥିଲେ ହେଁ ପ୍ରକଳ୍ପଟି ସମ୍ପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହେବାରେ ଅହେତୁକ ବିଳମ୍ବ ଘଟୁଥିବାରୁ ସ୍ଥାନୀୟ ଲୋକଙ୍କ ପାନୀୟ ଜଳ ସମସ୍ୟା ଦୂର ହେଇପାରୁ ନ ଥିବା ଦେଖିବାକୁ ମିଳିଛି। ପ୍ରକଳ୍ପଟିକୁ ଶୀଘ୍ର ସାରିବାକୁ ସମ୍ପୃକ୍ତ ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ହେଁ କେହି ଶୁଣୁ ନ ଥିବା ପୂର୍ବତନ ସମିତିସଭ୍ୟ ନୀଳାମ୍ବର ବେହେରା ଅଭିଯୋଗ କରିଛନ୍ତି। ଏହି ଗାଁର ବିଭିନ୍ନ ପଡ଼ାକୁ ମିଶାଇ ୧୦ଟି ନଳକୂପ ରହିଥିଲେ ମଧ୍ୟ ସବୁ ନଳକୂପରୁ ବାହାରୁଥିବା ପାଣି ପିଇବା ଯୋଗ୍ୟ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ବିଭାଗୀୟ ଯନ୍ତ୍ରୀ ଅନସୂୟା ଭଞ୍ଜଙ୍କୁ ପଚାରିବାରୁ ପ୍ରକଳ୍ପ ପାଇଥିବା ଠିକାଦାରଙ୍କ ଯୋଗୁ ପ୍ରକଳ୍ପଟି ସମ୍ପୂର୍ଣ୍ଣ ହେଇପାରୁ ନ ଥିବାରୁ ଠିକାଦାରଙ୍କୁ ଦୁଇଥର ଚିଠି କରିଥିବା ସୂଚନା ଦେଇଥିଲେ ଓ ପ୍ରକଳ୍ପର ବେଶି କିଛି କାମ ରହିନାହିଁ। ତଥାପି କିପରି କାର୍ଯ୍ୟଶୀଘ୍ର ସମ୍ପୂର୍ଣ୍ଣ ହେବ ସେ ଉପରେ ଚେଷ୍ଟା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri