ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ

ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ ନ ଥିବା ଅଭିଯୋଗକରି ନୂଆପଡ଼ା ଜିଲା ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟି ଜିଲାପାଳ ମଧୁସୂଦନ ଦାଶଙ୍କ ଅଭିଯୋଗ ଶୁଣାଣି ଶିବିରରେ ଫେରାଦ ହୋଇଛି। କମିଟିର ଜିଲା ଆବାହକ ମେଘନାଦ ଖର୍ସେଲଙ୍କ ନେତୃତ୍ୱରେ ସଦସ୍ୟମାନେ ଜିଲାପାଳଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ବନବାସୀ ପୁରୁଷାନୁକ୍ରମେ ଜଙ୍ଗଲ ଜମି ଦଖଲକରି ଚାଷବାସକରି ପରିବାର ପ୍ରତିପୋଷଣ କରିବା ସହ ଜଙ୍ଗଲ ସୁରକ୍ଷା କରିଆସୁଛନ୍ତି। ଏମାନଙ୍କୁ ଏହି ଜମିର ଅଧିକାର ପ୍ରଦାନ ପାଇଁ ରାଜ୍ୟରେ ମୋ ଜଙ୍ଗଲ ଜମି ଯୋଜନା ଆରମ୍ଭ କରାଯାଇଥିଲେ ସୁଦ୍ଧା ଏହାର କାର୍ଯ୍ୟକାରିତାରେ ବିଳମ୍ବ ହେଉଥିବା କାରଣରୁ ବ୍ୟକ୍ତିଗତ ପଟ୍ଟା ପ୍ରଦାନ ସାଙ୍ଗକୁ ଗୋଷ୍ଠୀ ଜଙ୍ଗଲ ସମ୍ବଳ ଅଧିକାର ପ୍ରଦାନରେ ବିଳମ୍ବ ହେଉଥିବା ନେଇ କମିଟି ଅସନ୍ତୋଷ ପ୍ରକାଶ କରିଛି। ଏହାକୁ ନେଇ ଗତ ଅକ୍ଟୋବର ୨୦୨୪ରେ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ସେତେବେଳେ ନୂଆପଡ଼ା ଜିଲାପାଳ, ବନଖଣ୍ଡ ଅଧିକାରୀ, ଉପଜିଲାପାଳ, ଜିଲା ମଙ୍ଗଳ ଅଧିକାରୀ କମିଟି ସହ ଆଲୋଚନା କରି ୨ମାସ ମଧ୍ୟରେ ସମସ୍ତ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଆଜକୁ ୬ ମାସ ବିତିଯାଇଥିଲେ ସୁଦ୍ଧା ପଦକ୍ଷେପ ନିଆଯାଇନାହିଁ ବୋଲି କମିଟି ପ୍ରକାଶ କରିଛି। ଗୋଟିଏ ମାସ ମଧ୍ୟରେ କାର୍ଯ୍ୟକାରୀ ନ ହେଲେ ଆସନ୍ତା ମାସ ଜିଲାପାଳ ଅଭିଯୋଗ ଶୁଣାଣି ଶିବିରସ୍ଥଳରେ ଧାରଣା ଦିଆଯିବ ବୋଲି କମିଟି ପ୍ରକାଶ କରିଛି। ଅନ୍ୟମାନଙ୍କ ମଧ୍ୟରେ ଶୁଭ୍ରାଂଶୁ କୁମାର ନାଏକ, ଚୈତନ୍ୟ ମାଝି, ବାବାଜୀ ମାଝି, ଲକ୍ଷ୍ମଣ ମାଝି, ମନୋହର ମାଝି, ଉମାକାନ୍ତ ନାଗ, ରୁଦ୍ର ସିଂ ମାଝି ସମେତ ଜଙ୍ଗଲ ଜମି ହିତାଧିକାରୀ ସାମିଲ ରହିଥଲେ।
ଫଟୋ -(ଦାବିପତ୍ର ଦେବା ପାଇଁ ଆସିଥିବା କମିଟି କର୍ମକର୍ତ୍ତା ଓ ଅନ୍ୟମାନେ। କାର୍ଯ୍ୟକାରୀ ନ ହେଲେ ଧାରଣା


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?