ପରିବେଶ ମଞ୍ଜୁରୀ ମିଳିବାରେ ବିଳମ୍ବ

ଆନନ୍ଦପୁର,୨୩ା୧(ସ୍ବ.ପ୍ର.)  କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ବାଲି ସଇରାତର ଷ୍ଟାଟସ୍‌କୁ ଦେଖିଲେ ସ୍ପଷ୍ଟ ହୋଇଯିବ ଯେ, ଅଧିକାରୀଙ୍କ ଉଦାସୀନତା ପାଇଁ ସରକାର କୋଟି କୋଟି ଟଙ୍କାର ରାଜସ୍ବ ହରାଇବା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଆନନ୍ଦପୁର ତହସିଲ ଅଧୀନ ବାଲି ସଇରାତ ଗୁଡିକର ଲିଜ୍‌ ପ୍ରକ୍ରିୟା ବର୍ଷେରୁ ଅଧିକ ଦିନ ହେବ ଶେଷ ହୋଇଥିଲେ ବି ପରିବେଶ ମଞ୍ଜୁରୀ ମିଳି ନ ଥିବାରୁ ଏହା କାର୍ଯ୍ୟକାରୀ ହୋଇପାରୁନି। ଫଳରେ ବିଭିନ୍ନ ସମୟରେ ବେଆଇନ ବାଲି ଚାଲାଣ କରାଯାଉଛି। ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସରକାରୀ ସ୍ତରରେ ହେଉ ଅବା ଘରୋଇ ହେଉ ଚୋରା ବାଲି ଉପରେ ନିର୍ଭର କରିବାକୁ ବାଧ୍ୟ ହେଉଛନ୍ତି। ତହସିଲ ଅଧୀନରେ ସମସ୍ତ ବାଲି ସଇରାତ ବନ୍ଦ ରହିଥିବା ସତ୍ତ୍ୱେ ଚୋରା ବାଲି ଦ୍ୱାରା ସରକାରୀ ଉନ୍ନୟନ ମୂଳକ କାର୍ଯ୍ୟ ସ୍ବାଭାବିକ ଚାଲୁଛି। ଏହାଦ୍ୱାରା ସରକାର କୋଟି କୋଟି ଟଙ୍କା ରାଜସ୍ବ ହରାଉଛନ୍ତି। ତହସିଲ ପକ୍ଷରୁ ୨୦୨୧ ଏପ୍ରିଲରୁ ୨୦୨୨ ଜାନୁୟାରୀ ୭ ତାରିଖ ପର୍ଯ୍ୟନ୍ତ ଚୋରା ବାଲି ଚାଲାଣ ରୋକିବାକୁ ଉଦ୍ୟମ କରାଯାଇ ୧୧୭ ଗାଡ଼ି ଜବତ କରାଯାଇଛି। ଜରିମାନା ବାବଦକୁ ୧୯ ଲକ୍ଷ ୩୦ ହଜାର ଟଙ୍କା ଆଦାୟ କରାଯାଇଥିବା ସୂଚନା ମିଳିଛି। ତହସିଲ ପକ୍ଷରୁ ପରିବେଶ ମଞ୍ଜୁରୀ କାଗଜ ପତ୍ର ବର୍ଷେରୁ ଉର୍ଦ୍ଧ୍ୱ ଦିନ ହେବ ପଠାଯାଇଥିଲେ ବି ଘଟଣାକୁ ଗୁରୁତ୍ୱ ଦିଆ ନ ଯାଇ ଏଥିରେ ବିଳମ୍ବ ହେବା ପରିତାପର ବିଷୟ। ଏସମ୍ପର୍କରେ ଆନନ୍ଦପୁର ତହସିଲଦାର ତପନ କୁମାର ନାୟକ କହିଛନ୍ତି ଯେ, କାର୍ଯ୍ୟାଳୟ ପକ୍ଷରୁ ପରିବେଶ ମଞ୍ଜୁରୀ ନିମନ୍ତେ ଠିକଣା ସମୟରେ ଆବଶ୍ୟକ କାଗଜପତ୍ର ପ୍ରଦାନ କରାଯାଇଛି। ପରିବେଶ ମଞ୍ଜୁରୀ ପତ୍ର ମିଳିବା ପରେ ବାଲି ସଇରାତ ଗୁଡିକ ସ୍ବାଭାବିକ ଭାବେ କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା…

ଇଣ୍ଡୋନେସିଆରେ ବୁଡ଼ିଲା ଡଙ୍ଗା, ୨୭ ନିଖୋଜ

ଜାକର୍ତ୍ତା,୩୧।୩: ଇଣ୍ଡୋନେସିଆର ଏକ ଦୁର୍ଗମ ଗ୍ରାମକୁ ଯାଉଥିବା ଏକ ଡଙ୍ଗା ଖରାପ ପାଗରେ ଫସିଯିବା ପରେ ବୁଡ଼ି ଯାଇଥିବା ଖବର ମିଳିଛିା। ଏହି ଘଟଣାରେ ୨୭ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri