ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ କରି ସାରିଥିଲେ ମଧ୍ୟ ସରକାରୀ ମଣ୍ଡିରେ ଧାନ ବିକ୍ରୟ କରିପାରୁ ନଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିଚାଲିଛି। ବ୍ଲକର ଧାମନଗର, କୋଠାର, ବରଗଡ଼ିଆ, ଧୂଷୁରୀ, ଚୁଡ଼ାକୁଟି, ବମକୁରା ଓ କଟସାହି ସମେତ ୭ଟି ପ୍ରାଥମିକ ସେବା ସମବାୟ ସମିତି ମାଧ୍ୟମରେ ରବି ଧାନ କ୍ରୟ ପାଇଁ ୯୧୬ ଜଣ ଚାଷୀଙ୍କୁ ଟୋକନ ପ୍ରଦାନ କରାଯାଇଛି। ପ୍ରାୟ ୯,୮୭୫ କୁଇଣ୍ଟାଲ ଧାନ କ୍ରୟ କରିବାକୁ ଲକ୍ଷ୍ୟ ରଖାଯାଇଥିବା ସତ୍ତ୍ୱେ ଏପର୍ଯ୍ୟନ୍ତ ଅଧିକାଂଶ ସମିତିରେ ଧାନ କିଣା କାର୍ଯ୍ୟ ଆରମ୍ଭ ହୋଇପାରିନାହିଁ। ସୂଚନା ଅନୁଯାୟୀ, ସରକାରୀ ଭାବେ ମେ ୨୦ ତାରିଖରୁ ଧାନ କ୍ରୟ ଆରମ୍ଭ ହେବାକୁ ଥିଲେ ମଧ୍ୟ ମଣ୍ଡି ଖୋଲିବା ଓ ଟାର୍ଗେଟ ବଣ୍ଟନରେ ବିଳମ୍ବ ହେବାରୁ ସମଗ୍ର ପ୍ରକ୍ରିୟା ପଛେଇଯାଇଛି। ଚାଷୀଙ୍କୁ ଦିଆଯାଇଥିବା ଟୋକନ ଅନୁଯାୟୀ ପର୍ଯ୍ୟାପ୍ତ ଟାର୍ଗେଟ ନ ମିଳିବାରୁ ସମିତିଗୁଡ଼ିକ ଧାନ କିଣିବାରେ ଅସମର୍ଥ ହୋଇପଡ଼ିଛନ୍ତି। ଧାମନଗର ସେବା ସମବାୟ ସମିତିରେ ୮୨ ଜଣ ଚାଷୀଙ୍କଠାରୁ ପ୍ରାୟ ୬ ହଜାର କୁଇଣ୍ଟାଲ ଧାନ କ୍ରୟ କରିବାର ଲକ୍ଷ୍ୟ ଥିଲେ ମଧ୍ୟ ଆବଶ୍ୟକ ଟାର୍ଗେଟ ନ ଆସିବାରୁ କାର୍ଯ୍ୟ ଆରମ୍ଭ ହୋଇପାରିନାହିଁ। ଫଳରେ ଚାଷୀମାନେ ବାରମ୍ବାର ସମିତି କାର୍ଯ୍ୟାଳୟକୁ ଯାଇ ନିରାଶ ହୋଇ ଫେରୁଛନ୍ତି। ଅନ୍ୟପଟେ ମିଲର, ଚାଷୀ କମିଟି ଓ ସମିତି ପରିଚାଳନା ପରିଷଦ ମଧ୍ୟରେ ସମନୱୟ ଅଭାବ ଯୋଗୁ ମଧ୍ୟ ଧାନ କ୍ରୟ ପ୍ରକ୍ରିୟା ପ୍ରଭାବିତ ହେଉଥିବା ଅଭିଯୋଗ ହେଉଛି। ଟୋକନର ଅବଧି ଶେଷ ହେବାକୁ ଆଉ ମାତ୍ର ୫ ଦିନ ବାକି ଥିବା ବେଳେ ରଜ ଛୁଟି ଓ ରବିବାର ଯୋଗୁ ଚାଷୀଙ୍କ ଚିନ୍ତା ଆହୁରି ବଢ଼ିଯାଇଛି। ଧାମନଗର ସେବା ସମବାୟ ସମିତିର ସମ୍ପାଦକ ବସନ୍ତରାଜ ସାହୁ କହିଛନ୍ତି, ପ୍ରାରମ୍ଭିକ ପର୍ଯ୍ୟାୟରେ ୨୪୦୦ କୁଇଣ୍ଟାଲ ଧାନ କିଣିବାକୁ ଥିବାବେଳେ ମାତ୍ର ୧୫୦୦ କୁଇଣ୍ଟାଲର ଟାର୍ଗେଟ ମିଳିଛି। ଏଭଳି ସ୍ଥିତିରେ କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ, ତାହା ନେଇ ସମସ୍ୟା ସୃଷ୍ଟି ହୋଇଛି। ଚାଷୀମାନେ ଭଦ୍ରକ ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ି ଯଥାଶୀଘ୍ର ପର୍ଯ୍ୟାପ୍ତ ଟାର୍ଗେଟ ପ୍ରଦାନ କରି ରବି ଧାନ କ୍ରୟ ପ୍ରକ୍ରିୟା ସୁଚାରୁ ଭାବେ ଆରମ୍ଭ କରିବାକୁ ଦାବି କରିଛନ୍ତି। ଧାନ କିଣାରେ ଅଧିକ ବିଳମ୍ବ ହେଲେ ଚାଷୀମାନେ ଆର୍ଥିକ କ୍ଷତିର ସମ୍ମୁଖୀନ ହେବେ ବୋଲି ଆଶଙ୍କା ପ୍ରକାଶ ପାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?