ମରାମତିରେ ବିଳମ୍ବ, ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଦିଗପହଣ୍ଡି,୧୮ା୯(ଅଶେଷ ନାଥ ମିଶ୍ର): ଏନ୍‌ଏଚ୍‌ ମରାମତି ଦାବିରେ ବିଳମ୍ବ ଏବଂ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଗ୍ରାମବାସୀ ଗୁରୁବାର ଆସିକା-ଦିଗପହଣ୍ଡି ରାସ୍ତା ପଳାସପୁର ଛକରେ ଏନ୍‌ଏଚ୍‌ ୩୨୬ ଅବରୋଧ କରିଛନ୍ତି। ଫଳରେ ଉଭୟ ପାଶର୍‌ବରେ ଶହଶହ ଗାଡ଼ିମୋଟର ଅଟକି ରହିଥିବାବେଳେ ଗମନାଗମନ ଠପ୍‌ ହୋଇପଡ଼ିଛି।

ଗଞ୍ଜାମ ଜିଲା ଆସିକା-ରାୟଗଡ଼ା ଭାୟା ଦିଗପହଣ୍ଡି ୩୨୬ ନଂ ଜାତୀୟ ରାଜପଥର ପାଟପୁର – ପଳାଶପୁର ଘୋଡ଼ାହାଡ଼ ନଦୀ ବ୍ରିଜ ରାସ୍ତାଟି ଦୀର୍ଘବର୍ଷ ହେଲା ଖାଲଖମା ଅବସ୍ଥାରେ ପଡ଼ିରହିଛି। ଖାଲଖମାରେ ବର୍ଷାପାଣି ଜମି ରହିବାରୁ ରାସ୍ତାରେ ଚଳାଚଳ କରୁଥିବା ଗାଡ଼ିମୋଟର ଦୁର୍ଘଟଣା ଘଟି ବହୁ ଲୋକ ମୃତାହତ ହେବାର ନଜିର ରହିଛି।  ସ୍ଥାନୀୟ ବାସିନ୍ଦା ଏହାର ମରାମତି ପାଇଁ ବହୁବାର ଦାବି କରିଆସୁଥିଲେ ମଧ୍ୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି। ପ୍ରତିବାଦରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରୁ ପଳାଶପୁର ଗ୍ରାମ ବାସୁଦେବ ବଣିକ ସଂଘ ସଭାପତି ରବୀନ୍ଦ୍ର କୁମାର ପାଢ଼ୀ ଏବଂ କୋଷାଧ୍ୟକ୍ଷ ପ୍ରମୋଦ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ସ୍ଥାନୀୟ ବାସିନ୍ଦା ଆସିକା-ପାଟପୁର ମୁଖ୍ୟରାସ୍ତା ଅବରୋଧ କରିଥିଲେ। ରାସ୍ତାର ଉଭୟ ପାର୍ଶ୍ବରେ ବହୁ ସଂଖ୍ୟକ ଗାଡ଼ିମୋଟର ଅଟକି ରହିଥିଲା। ଖବରପାଇ ସାନଖେମୁଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକ,ପାଟପୁର ଥାନା ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଗ୍ରାମବାସୀଙ୍କ ସହ ଆଲୋଚନା କରି ଶୁକ୍ରବାରଠାରୁ ରାସ୍ତା ମରାମତି କାର୍ଯ୍ୟ ଆରମ୍ଭ କରାଯିବାର ପ୍ରତିଶ୍ରୁତି ପରେ ପୂର୍ବାହ୍ନ ପ୍ରାୟ ୧୧ ଟାରେ ରାସ୍ତା ଅବରୋଧ ପ୍ରତ୍ୟାହୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri