ମରାମତିରେ ବିଳମ୍ବ, ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଦିଗପହଣ୍ଡି,୧୮ା୯(ଅଶେଷ ନାଥ ମିଶ୍ର): ଏନ୍‌ଏଚ୍‌ ମରାମତି ଦାବିରେ ବିଳମ୍ବ ଏବଂ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଗ୍ରାମବାସୀ ଗୁରୁବାର ଆସିକା-ଦିଗପହଣ୍ଡି ରାସ୍ତା ପଳାସପୁର ଛକରେ ଏନ୍‌ଏଚ୍‌ ୩୨୬ ଅବରୋଧ କରିଛନ୍ତି। ଫଳରେ ଉଭୟ ପାଶର୍‌ବରେ ଶହଶହ ଗାଡ଼ିମୋଟର ଅଟକି ରହିଥିବାବେଳେ ଗମନାଗମନ ଠପ୍‌ ହୋଇପଡ଼ିଛି।

ଗଞ୍ଜାମ ଜିଲା ଆସିକା-ରାୟଗଡ଼ା ଭାୟା ଦିଗପହଣ୍ଡି ୩୨୬ ନଂ ଜାତୀୟ ରାଜପଥର ପାଟପୁର – ପଳାଶପୁର ଘୋଡ଼ାହାଡ଼ ନଦୀ ବ୍ରିଜ ରାସ୍ତାଟି ଦୀର୍ଘବର୍ଷ ହେଲା ଖାଲଖମା ଅବସ୍ଥାରେ ପଡ଼ିରହିଛି। ଖାଲଖମାରେ ବର୍ଷାପାଣି ଜମି ରହିବାରୁ ରାସ୍ତାରେ ଚଳାଚଳ କରୁଥିବା ଗାଡ଼ିମୋଟର ଦୁର୍ଘଟଣା ଘଟି ବହୁ ଲୋକ ମୃତାହତ ହେବାର ନଜିର ରହିଛି।  ସ୍ଥାନୀୟ ବାସିନ୍ଦା ଏହାର ମରାମତି ପାଇଁ ବହୁବାର ଦାବି କରିଆସୁଥିଲେ ମଧ୍ୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି। ପ୍ରତିବାଦରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରୁ ପଳାଶପୁର ଗ୍ରାମ ବାସୁଦେବ ବଣିକ ସଂଘ ସଭାପତି ରବୀନ୍ଦ୍ର କୁମାର ପାଢ଼ୀ ଏବଂ କୋଷାଧ୍ୟକ୍ଷ ପ୍ରମୋଦ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ସ୍ଥାନୀୟ ବାସିନ୍ଦା ଆସିକା-ପାଟପୁର ମୁଖ୍ୟରାସ୍ତା ଅବରୋଧ କରିଥିଲେ। ରାସ୍ତାର ଉଭୟ ପାର୍ଶ୍ବରେ ବହୁ ସଂଖ୍ୟକ ଗାଡ଼ିମୋଟର ଅଟକି ରହିଥିଲା। ଖବରପାଇ ସାନଖେମୁଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକ,ପାଟପୁର ଥାନା ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଗ୍ରାମବାସୀଙ୍କ ସହ ଆଲୋଚନା କରି ଶୁକ୍ରବାରଠାରୁ ରାସ୍ତା ମରାମତି କାର୍ଯ୍ୟ ଆରମ୍ଭ କରାଯିବାର ପ୍ରତିଶ୍ରୁତି ପରେ ପୂର୍ବାହ୍ନ ପ୍ରାୟ ୧୧ ଟାରେ ରାସ୍ତା ଅବରୋଧ ପ୍ରତ୍ୟାହୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?