ରାସ୍ତା ନିର୍ମାଣରେ ବିଳମ୍ବ, ବଢୁଛି ଜନଅସନ୍ତୋଷ

ଗଞ୍ଜାମ,୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଦିଗହରା। ଏହି ବ୍ଲକ ଅନ୍ତର୍ଗତ କୁଶପଲିଠାରୁ ସନ୍ତୋଷପୁର ଭୟା ମଲାଡ଼ ଓ ବରୋଦା ଦେଇ ହେଉଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଘଟିଥିବା ଅଭିଯୋଗ ହୋଇଛି। ଏନେଇ ଦିନକୁ ଦିନ ଜନଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।
ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ୨ କୋଟି ୩୪ ଲକ୍ଷ ବ୍ୟୟ ଅଟକଳରେ ନିର୍ମାଣ ହେଉଥିବା ୪ କି.ମି. ରାସ୍ତା ନିର୍ମାଣ କାର୍ଯ୍ୟ ୨୦୨୧ ସେପ୍ଟେମ୍ବର ୯ରୁ ଆରମ୍ଭ ହୋଇ ୨୦୨୨ ଜୁନ ୬ରେ ଶେଷ ହେବା ଲାଗି ପ୍ରଶାସନ ପକ୍ଷରୁ ଧାର୍ଯ୍ୟ କରାଯାଇଥିଲା। ଅବଧି ସରିବାର ୫ ମାସରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ରାସ୍ତା ନିର୍ମାଣ କାମ ସମ୍ପୂର୍ଣ୍ଣ ହୋଇନାହିଁ, ଯାହାକୁ ନେଇ ୩ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯୁଦ୍ଧକାଳୀନ ଭିତ୍ତିରେ ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଜନସାଧାରଣ କହିଛନ୍ତି। ଏ ସମ୍ପର୍କରେ ବିଡିଓ ଜସ୍ମିନ୍‌ ପ୍ରଧାନଙ୍କୁ ପଚାରିବାରୁ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

ଖବରଦାତାଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ତୁମର ରିପୋର୍ଟିଂ ଦେଶଦ୍ରୋହ…

ଓ୍ବାଶିଂଟନ,୧୬।୫ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହା ମଧ୍ୟରେ, ଇରାନ ସମ୍ପର୍କରେ ଏକ ପ୍ରଶ୍ନ ପଚରାଯିବା ପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଅଲିମ୍ପିକ୍ସ ଆୟୋଜନ, ବିଶ୍ୱ ବିକାଶର ଇଞ୍ଜିନ, … ନେଦରଲ୍ୟାଣ୍ଡସ ଗସ୍ତ ସମୟରେ ଭାରତର ଏଜେଣ୍ଡା ସ୍ଥିର କଲେ ପ୍ରଧାନମନ୍ତ୍ରୀ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସ୍‌ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ସମ୍ମୁଖରେ ‘ନୂତନ ଭାରତ’ର ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ…

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri