ରାସ୍ତା ସମ୍ପ୍ରସାରଣ କାର୍ଯ୍ୟରେ ବିଳମ୍ବ, ବଢୁଛି ଜନ ଅସନ୍ତୋଷ

ବୁଗୁଡ଼ା,୧୬ା୭(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ସହରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେରାସ୍ତାର ସୌନ୍ଦର୍ଯ୍ୟକରଣ ସହ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ
ରାସ୍ତାରେ ହୋଇଥିବା ଡିଭାଇଡର ବ୍ୟବସ୍ଥା ବର୍ଷବର୍ଷ ଧରି ଅଧାପନ୍ତରିଆ ରହିଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି।

ଅନ୍ୟପକ୍ଷରେ ବୁଗୁଡ଼ା ସହରର ମୁଖ୍ୟ ରାସ୍ତାର ସମ୍ପ୍ରସାରଣ କାମରେ ଜାଣି ଶୁଣି ବିଳମ୍ବ କରାଯାଉଛି ବୋଲି ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି। ରାସ୍ତାର ସମ୍ପ୍ରସାରଣ ନେଇ ମୁଷ୍ଟିମେୟଙ୍କ ସ୍ବାର୍ଥକୁ ଆଖି ଆଗରେ ରଖି ରାସ୍ତା ମାପଚୁପରେ ବାରମ୍ବାର ବଦଳା ଯାଉଥିବା ଅଭିଯୋଗ ହେଉଛି। ପ୍ରଥମ କରି ୨୦୧୪-୧୫ ଆର୍ଥିକ ବର୍ଷରେ ବୁଗୁଡ଼ା ସହର ଦେଇ ଯାଇଥିବା ୩୩ନଂ ରାଜ୍ୟ ରାଜପଥରେ ଡିଭାଇଡର ବ୍ୟବସ୍ଥା ହୋଇଥିଲା। ତେବେ କେବଳ ମଦନ ମୋହନ ଛକଠାରୁ ବେତାରସିଂ ଛକ ପର୍ଯ୍ୟନ୍ତ ଡିଭାଇଡର ନିର୍ମାଣ ହୋଇଥିଲେ ହେଁ ମଦନ ମୋହନ ଛକଠାରୁ ବଡ଼ଶଙ୍ଖ ପର୍ଯ୍ୟନ୍ତ ରାସ୍ତାରେ ଡିଭାଇଡର ବ୍ୟବସ୍ଥା କରିବା ପାଇଁ ପ୍ରସ୍ତାବ ଓ ଅର୍ଥ ମଞ୍ଜୁର ହୋଇଥିଲେ ହେଁ ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାରେ ବିଳମ୍ବ ଘଟୁଛି। ବିଭାଗୀୟ କର୍ତ୍ତୃପକ୍ଷ ବଜାର ମଧ୍ୟସ୍ଥ ବିଦ୍ୟୁତ୍‌ ଟ୍ରାନ୍ସଫର୍ମରକୁ ହଟାଇବା ସହ ରାସ୍ତାର ସଂକୀର୍ଣ୍ଣତାକୁ ଦୂରକରି ଡିଭାଇଡର କାମ ଆରମ୍ଭ କରିବା ପାଇଁ ବୁଦ୍ଧଜୀବୀ ମହଲରେ ଦାବି ହେଉଛି। ପୋଲସରା ସହରର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପ୍ରାୟ ୩ କିମି ରାସ୍ତାରେ ଡିଭାଇଡର ବ୍ୟବସ୍ଥା ହୋଇଥିଲେ ହେଁ ସେହି ଏକା ନିର୍ବାଚନ ମଣ୍ଡଳୀରେ ଆସୁଥିବା ବୁଗୁଡ଼ା ସହର ପ୍ରତି ବୈମାତୃକ ମନୋଭାବ କାହିଁକି ବୋଲି ସାଧାରଣରେ ପ୍ରଶ୍ନ ଉଠିଛି। ଏ ନେଇ ସ୍ଥାନୀୟ ନେତାଗଣଙ୍କ ଉଦାସୀନତା ମନୋଭାବ ଏବଂ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ ଚାଲବାଜି ହିଁ ଦାୟୀ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ତେବେ ମୁଖ୍ୟ ସଡ଼କ ପ୍ରଶସ୍ତିକରଣରେ ବାଧକ ସାଜିଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟିର ଉଚ୍ଛେଦ ସାଙ୍ଗକୁ ଅସମ୍ପୂର୍ଣ୍ଣ ଡିଭାଇଡରକୁ ସମ୍ପୂର୍ଣ୍ଣ କରିବା ଦିଗରେ ଅଞ୍ଚଳର ମନ୍ତ୍ରୀଙ୍କ ହସ୍ତକ୍ଷେପ ଜରୁରୀ ବୋଲି ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri