୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ

ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା ଓ ବନ୍ୟା ମୁକାବିଲା କରିବାକୁ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ପାଣିପାଗ ବିଭାଗ ସଦାସର୍ବଦା ସତର୍କତା ଅବଲମ୍ବନ କରି ବନ୍ୟା ଓ ବାତ୍ୟାର ପୂର୍ବାନୁମାନ ସୂଚନା ପ୍ରଦାନ କରୁଛନ୍ତି। ଏହିକ୍ରମରେ ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବୈତରଣୀ ଓ ବ୍ରାହ୍ମଣୀ ନଦୀ ତଟବର୍ତ୍ତୀ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ବନ୍ୟା ପ୍ରଭାବିତ ଲୋକଙ୍କୁ ସୁରକ୍ଷିତ ରଖିବାକୁ ଆବଶ୍ୟକ ଆଶ୍ରୟସ୍ଥଳୀର ଅଭାବ ଯୋଗୁ ଚିନ୍ତା ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ଯାଜପୁର ଓ ବିଞ୍ଝାରପୁର ବ୍ଲକରେ ୧୮.୦୮ କୋଟି ଟଙ୍କା ବ୍ୟୟରେ ୮ଟି ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବାକୁ ଯୋଜନା ହୋଇଛି। ତେବେ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ଜମି ଯୋଗାଇ ଦେବାରେ ବିଳମ୍ବ ହେଉଥିବାରୁ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଆରମ୍ଭ ହୋଇ ପାରିନାହିଁ। ଏହି ମର୍ମରେ ଗ୍ରାମ୍ୟ ନିର୍ମାଣ ଡିଭିଜନ୍‌ ଯାଜପୁର-୧ ପକ୍ଷରୁ ଜିଲାପାଳଙ୍କ ଏକାଧିକ ଥର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ହେଁ ଜମି ଚିହ୍ନଟ ପ୍ରକ୍ରିୟାରେ ଅଗ୍ରଗତି ହୋଇନାହିଁ। ତେଣୁ ଗତ ୧୧ା୬ା୨୦୨୦ରେ ପୁଣି ଥରେ ଜିଲାପାଳଙ୍କୁ ଆବଶ୍ୟକ ଜମି ଯୋଗାଇ ଦେବାକୁ ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଯାଜପୁର ବ୍ଲକ ଅନ୍ତର୍ଗତ ଜାଫେରପୁର ପଞ୍ଚାୟତର ସାଇପୁରଠାରେ ୩ ହଜାର ବର୍ଗଫୁଟର ଏକ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବାକୁ ଯୋଜନା ହୋଇଛି। ଏଥିପାଇଁ ୨୩୮.୯୪ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି। ସେହିପରି ଯାଜପୁର ବ୍ଲକ ଭୂଇଁପୁରଠାରେ ୨୨୫.୪୭ ଲକ୍ଷ ଟଙ୍କାର ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ, ୨୨୪.୫୬ ଲକ୍ଷ ଟଙ୍କାରେ ରସୁଲପୁର ହରିଜନସାହି ଓ ୨୨୩.୨୦ ଲକ୍ଷ ଟଙ୍କା ବ୍ୟୟରେ ଭୁବନେଶ୍ୱରପୁରଠାରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ସ୍ଥିର କରାଯାଇଛି। ୨୨୪.୪୬ ଲକ୍ଷ ଟଙ୍କା ବ୍ୟୟରେ ବିଞ୍ଝାରପୁର ବ୍ଲକ ଜରି, ୨୨୩.୯୭ ଲକ୍ଷ ଟଙ୍କାରେ ଟିଣା, ୨୨୫.୧୯ ଲକ୍ଷ ଟଙ୍କା ଅଟକଳରେ କୟାଁ ଏବଂ ୨୨୨.୩୫ ଲକ୍ଷ ଟଙ୍କା ବ୍ୟୟରେ ଶ୍ରୀବନ୍ତ ହାଇସ୍କୁଲ ପରିସରରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବାକୁ ଯୋଜନା ରହିଛି। ଓଡ଼ିଶା ଷ୍ଟେଟ୍‌ ଡିଜାଷ୍ଟର ମ୍ୟାନେଜ୍‌ମେଣ୍ଟ ଅଥରିଟି ପକ୍ଷରୁ ଏହିସବୁ ପ୍ରକଳ୍ପକୁ ଗତ ୨୨ା୨ା୨୦୨୧ ତାରିଖରୁ ମଞ୍ଜୁରୀ ମିଳିସାରିଛି। ଏପରିକି ଟେଣ୍ଡର ଆହ୍ବାନ ମଧ୍ୟ କରାଯାଇଛି। କିନ୍ତୁ ପ୍ରଶାସନିକ ଅବହେଳା କାରଣରୁ ଏହିସବୁ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ଆରମ୍ଭ ହୋଇ ପାରିନାହିଁ। ବିଶେଷକରି ଜମି ଅଭାବ ଏହି ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି କରିଛି ା
ସୂଚନାଯୋଗ୍ୟ, ୨୦୦୫ରେ ଯାଜପୁର ଜିଲାରେ ଅଭୂତପୂର୍ବ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା, ଯେଉଁଥିରେ ଯାଜପୁର ଓ ଭଦ୍ରକ ଜିଲାର ୨୨୦ ଗ୍ରାମର ୧ଲକ୍ଷ ୪୦ ହଜାର ଲୋକ ପ୍ରଭାବିତ ହୋଇଥିଲେ ା ୨୦୧୧ ପ୍ରଳୟଙ୍କରୀ ବନ୍ୟାରେ ଯାଜପୁର ଜିଲାର ୧୪୨ ଗ୍ରାମ ପଞ୍ଚାୟତ ଅଧୀନ ୪୯୯ ଗ୍ରାମର ୪ଲକ୍ଷ ୯୧ ହଜାର ୧୧୪ ଲୋକ ପ୍ରଭାବିତ ହୋଇଥିଲେ ା ୨୦୧୫ ଜୁଲାଇ ୨୭ରୁ ଲଗାତାର ବର୍ଷାରେ ଜିଲା ଅନ୍ତର୍ଗତ ୪ ବ୍ଲକର ୧,୦୭,୩୧୭ ଲୋକ ପ୍ରଭାବିତ ହୋଇଥିଲେ ା ୨୦୨୦ ଅଗଷ୍ଟ ବନ୍ୟାରେ ୨୫ ଘାଇ ସୃଷ୍ଟି ହୋଇଥିଲା ା ଏଥିରେ ଜିଲାର ୪ ବ୍ଲକର ୧୦୧ ଗ୍ରାମର ୨୫,୦୩୩ ଲୋକ ପ୍ରଭାବିତ ହୋଇଥିଲେ। ନିକଟରେ ଗତ ମେ ୨୬ ତାରିଖ ୟାସ୍‌ ବାତ୍ୟା ଓ ପରବର୍ତ୍ତୀ ବନ୍ୟା ଯୋଗୁ ବୈତରଣୀ ନଦୀରେ ୪ ଘାଇ ସୃଷ୍ଟି ହୋଇଥିଲା। ଏଭଳି ସ୍ଥିତିରେ ଯାଜପୁର ଜିଲାରେ ବନ୍ୟା ପରିସ୍ଥିତିର ମୁକାବିଲା ଓ ପ୍ରଭାବିତ ଲୋକଙ୍କୁ ସୁରକ୍ଷିତ ରଖିବାକୁ ଗୁରୁତ୍ୱାରୋପ କରାଯାଇଛି। କିନ୍ତୁ ଠିକ୍‌ ସମୟରେ ଯୋଜନାଗୁଡ଼ିକ କାର୍ଯ୍ୟକାରୀ ହେଉ ନ ଥିବାରୁ ବନ୍ୟା ପ୍ରଭାବିତ ଲୋକମାନେ ବିପଦରେ ପଡୁଛନ୍ତି ବୋଲି ମତପ୍ରକାଶ ପାଇଛି। ଏ ସଂକ୍ରାନ୍ତରେ ଗ୍ରାମ୍ୟ ନିର୍ମାଣ ଡିଭିଜନର ନିର୍ବାହୀ ଯନ୍ତ୍ରୀ ବିଜୟ କୁମାର ମହାରଣାଙ୍କୁ ପଚାରିବାରେ ସେ କହିଛନ୍ତି, ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବାକୁ ଜମି ଅଧିଗ୍ରହଣ ସରିଛି। ପ୍ରଶାସନ ପକ୍ଷରୁ ଜମି ହସ୍ତାନ୍ତର କରାଗଲା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri