୨୪ ଘଣ୍ଟା ଧରି ଶିଶୁ ମୃତଦେହ ଜଗିିବସିଲେ ମା’ ବାପା

ଚାନ୍ଦବାଲି, ୯ା୧୦(ଡି.ଏନ.ଏ.): ଡାକ୍ତରଖାନାରେ ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜଣେ ଦୁଇବର୍ଷର ଶିଶୁକନ୍ୟାର ମୃତଦେହ ପଡ଼ି ରହିଥିଲା। ରାତିସାରା ମା’ ବାପା ଝିଅର ମୃତଦେହକୁ ଜଗି ବସିଥିଲେ। ଶୁକ୍ରବାର ମଧ୍ୟାହ୍ନରୁ ଶନିବାର ମଧ୍ୟାହ୍ନ ପର୍ଯ୍ୟନ୍ତ ମୃତଦେହ ପଡ଼ିରହିବା ପରେ ଅପରାହ୍ନରେ ବ୍ୟବଚ୍ଛେଦ କରାଯାଇଥିଲା। ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି।
ଘଟଣାରୁ ପ୍ରକାଶ ଯେ, ବାଁଶଡ଼ା ଥାନା ଅଧୀନ ଯୁଣୁନ୍ଦା ଗାଁର ଅରବିନ୍ଦ ଜେନାଙ୍କ ଦୁଇବର୍ଷର ଝିଅ ଜ୍ୟୋତ୍ସ୍ନାରାଣୀ ଶୁକ୍ରବାର ଘର ପାଖରେ ଖେଳୁଥିବା ବେଳେ ନିକଟସ୍ଥ ପୋଖରୀରେ ବୁଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାର କରି ପରିବାର ଲୋକେ ପ୍ରଥମେ ମତୋ ଓ ପରେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବାଁଶଡ଼ା ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା (ନଂ.୩୦/୨୧) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଜଣେ କନଷ୍ଟେବଳଙ୍କୁ ଜଗାଇଥିଲା। ହେଲେ ଶନିବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଡାକ୍ତର କି ପୋଲିସ କେହି ଆସି ନ ଥିଲେ ବୋଲି ମୃତ ଜ୍ୟୋତ୍ସ୍ନାରାଣୀଙ୍କ ମା’ ବାପା ପ୍ରକାଶ କରିଥିଲେ। ସେମାନେ ଝିଅର ମୃତଦେହକୁ ସାରାରାତି ଜଗି ବସିଥିଲେ ମଧ୍ୟ ଏହି ଅସହାୟ ଅବସ୍ଥାକୁ କେହି ବୁଝି ନ ଥିଲେ। ଝିଅକୁ ହରାଇଥିବା ଦୁଃଖଠାରୁ ଏଭଳି ଅବ୍ୟବସ୍ଥା ବଳିଯାଇଥିଲା। ଏହାକୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଅସନ୍ତୋଷ ପ୍ରକାଶ ପାଇବା ପରେ ଅପରାହ୍ନ ୨ଟା ପରେ ବ୍ୟବଚ୍ଛେଦ କରାଯାଇଥିଲା ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri