Posted inରାଜ୍ୟ

ଫାଷ୍ଟ୍‌ଟ୍ରାକ୍‌ କୋର୍ଟରେ ବିଳମ୍ବିତ ବିଚାର: ରାଜ୍ୟରେ ପଡ଼ି ରହିଛି ୩ହଜାର ୨୪୪ ମାମଲା

ଭୁବନେଶ୍ୱର, ୨୦।୨(ବ୍ୟୁରୋ): ଦେଶରେ ବଢି ଚାଲିଥିବା ଆପରାଧିକ ମାମଲା ଉପରେ ନଜର ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଫାଷ୍ଟ-ଟ୍ରାକ୍‌ କୋର୍ଟ (ଏଫ୍‌ଟିସି) ସ୍ଥାପନ କରାଯାଇଛି। ୨୦୦୦ ମସିହାରେ ଦେଶରେ ପ୍ରାୟ ୩କୋଟି ମାମଲା ବିଚାରାଧୀନ ରହିଥିବାବେଳେ କେନ୍ଦ୍ର ସରକାରଙ୍କ ଦ୍ୱାରା ୧୧ତମ ଅର୍ଥ କମିଶନଙ୍କ ଜରିଆରେ ଏହି କୋର୍ଟଗୁଡ଼ିକ ସ୍ଥାପନ କରାଯାଇଥିଲା।

ବିଭିନ୍ନ ଜଘନ୍ୟ ଅପରାଧ ଏବଂ ମହିଳା, ଶିଶୁ ଓ ବୟସ୍କଙ୍କ ବିରୋଧରେ ହେଉଥିବା ଅପରାଧଗୁଡ଼ିିକର ତୁରନ୍ତ ବିଚାର ପାଇଁ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ବର୍ତ୍ତମାନ ମୋଟ୍‌ ୮୯୮ଟି ଫାଷ୍ଟ ଟ୍ରାକ୍‌ କୋର୍ଟ କାର୍ଯ୍ୟ କରୁଛି। ଓଡ଼ିଶାରେ ୪୫ଟି ଫାଷ୍ଟଟ୍ରାକ୍‌ କୋର୍ଟ ରହିଥିବାବେଳେ ବର୍ତ୍ତମାନ ୧୯ଟି ଫାଷ୍ଟଟ୍ରାକ୍‌ ସ୍ପେଶାଲ କୋର୍ଟ କାର୍ଯ୍ୟ କରୁଛି। ୨୦୨୧ ଜୁନ୍‌ରେ କଟକ, ବଲାଙ୍ଗୀର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଗଞ୍ଜାମ, ଜଗତ୍‌ସିଂହପୁର, ଯାଜପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ, କନ୍ଧମାଳ, ରାୟଗଡା ଏବଂ ସମ୍ବଲପୁର ଜିଲାରେ ଏକକାଳୀନ ୧୫ଟି ଫାଷ୍ଟ ଟ୍ରାକ୍‌ ସ୍ପେଶାଲ କୋର୍ଟ ଆରମ୍ଭ କରାଯାଇଥିଲା। ରାଜ୍ୟରେ ପୋକ୍‌ସୋ ଆକ୍ଟ ସମ୍ପର୍କିତ ମାମଲା ଏବଂ ବଳାତ୍କାର ମାମଲାଗୁଡ଼ିକର ଶୀଘ୍ର ଫଇସଲା ପାଇଁ ଏହି କୋର୍ଟଗୁଡ଼ିକ ପ୍ରତିଷ୍ଠା ହୋଇଥିଲା।

ସମ୍ପ୍ରତି ସମସ୍ତ ରାଜ୍ୟର ହାଇକୋର୍ଟଗୁଡିକ ପକ୍ଷରୁ କେନ୍ଦ୍ର ଆଇନ୍‌ ମନ୍ତ୍ରଣାଳୟକୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ଦେଶର ଫାଷ୍ଟ ଟ୍ରାକ୍‌ କୋର୍ଟଗୁଡ଼ିକରେ ୧୦ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ବିଚାରାଧୀନ ଅବସ୍ଥାରେ ପଡ଼ିରହିଛି। ସେଥିମଧ୍ୟରୁ ଓଡ଼ିିଶାରେ ଥିବା ଏହି କୋର୍ଟଗୁଡିକରେ ୩ହଜାର ୨୪୪ଟି ମାମଲା ବିଚାରାଧୀନ ରହିଛି।

ସମ୍ପର୍କରେ ଭୁବନେଶ୍ୱରର ଆଇନଜୀବୀ ପ୍ରଭାତ କୁମାର ସାମନ୍ତରାୟ କହିଛନ୍ତି, ଫାଷ୍ଟଟ୍ରାକ୍‌ କୋର୍ଟଗୁଡ଼ିକର ପରିଚାଳନା ପାଇଁ ଅଧିକ ପାଣ୍ଠି ଯୋଗାଇବା ସହିତ ଆବଶ୍ୟକ ସଂଖ୍ୟକ କର୍ମଚାରୀ ନିଯୁକ୍ତି କରାଯିବାର ଆବଶ୍ୟକତା ରହିଛି। ଏଥିସହ ସବୁ ଜିଲାରେ ଫାଷ୍ଟ ଟ୍ରାକ୍‌ କୋର୍ଟ ପ୍ରତିଷ୍ଠା କରାଯିବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ସେହିପରି ବରିଷ୍ଠ ଆଇନ୍‌ଜୀବୀ ବିଶ୍ୱପ୍ରିୟ କାନୁନ୍‌ଗୋ କହିଛନ୍ତି, ଭିତ୍ତିଭୂମି ଅଭାବ ସମେତ ବିଭିନ୍ନ କାରଣରୁ ଏହି କୋର୍ଟଗୁଡ଼ିକ ଠିକ୍‌ ଭାବେ ପରିଚାଳିତ ହୋଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri