ଦ୍ୱିତୀୟ ଡୋଜ ବିଳମ୍ବ ହେବା ଦ୍ୱାରା ବଞ୍ଚାଇ ହେବ ଅଧିକ ଜୀବନ

ମୁମ୍ବାଇ,୧୩।୫: କରୋନା ଭାଇରସ ଟିକାର ଦ୍ୱିତୀୟ ଡୋଜ ବିଳମ୍ବ ହେବା ଦ୍ୱାରା ବଞ୍ଚାଇ ହେବ ଅଧିକ ଜୀବନ। ଏହା ଏକ ଅଧ୍ୟୟନରୁ ଜଣାପଡ଼ିଛି। ମଡର୍ନା, ଫାଇଜର-ବାୟୋଏନ୍‌ଟେକ ଓ ଅକ୍ସଫୋର୍ଡ-ଆଷ୍ଟ୍ରାଜେନେକା ଟିକା ପ୍ରସ୍ତୁତ ହେବାର ପ୍ରାରମ୍ଭିକ ପର୍ଯ୍ୟାୟରେ ପ୍ରଥମ ଡୋଜ ନେବାର ୩ରୁ ୪ ସପ୍ତାହରେ ଦ୍ୱିତୀୟ ଡୋଜ ନେବାକୁ କୁହାଯାଇଥିଲା।

କିନ୍ତୁ ଦୁଇ ଡୋଜ ମଧ୍ୟରେ ୧୨ ସପ୍ତାହ ଅର୍ଥାତ ୩ ମାସର ବ୍ୟବଧାନ ରଖିବାକୁ ନିଷ୍ପତ୍ତି ନେଇଥିଲା ୟୁକେ। ଯାହା ଫଳରେ ଅଧିକରୁ ଅଧିକ ଲୋକମାନେ ପ୍ରଥମ ଡୋଜ ନେଇପାରିଛନ୍ତି। ଉକ୍ତ ପଦ୍ଧଥିକୁ ଅଧ୍ୟୟନ ପରେ ବିଶେଷଜ୍ଞମାନେ ଜାଣିବାକୁ ପାଇଛନ୍ତିି ପ୍ରଥମ ଡୋଜ ନେଇଥିବା ଲୋକେ ଅଧିକ ସୁରକ୍ଷିତ। ଏହାର ଇମୁନୋଲୋଜିକାଲ ପ୍ରମାଣ ମିଳିଛି। ଫାଇଜର ଓ ମଡର୍ନା ଟିକାର ପ୍ରଥମ ଡୋଜ ଗ୍ରହଣ କରିଥିବା ଲୋକମାନେ ପ୍ରାୟ ୮୦ ପ୍ରତିଶତ ସୁରକ୍ଷିତ ଅଛନ୍ତି।

ରୋଚେଷ୍ଟର ସ୍ଥିତ ମାୟୋ କ୍ଲିନିକଠାରେ ବୈଜ୍ଞାନିକମାନେ ୟୁକେ ଓ ବିଳମ୍ବରେ ଦ୍ୱିତୀୟ ଡୋଜ ଦେଇଥିବା ଅନ୍ୟ ଦେଶର ପଦ୍ଧଥି ଉପରେ ପରୀକ୍ଷା କରିଥିଲେ। ଏହାଦ୍ୱାରା କେବଳ ଅଧିକ ଲୋକଙ୍କୁ ଟିକା ଦିଆଯାଇପାରିଛି ତା ନୁହେଁ, ବରଂ ପ୍ରଥମ ଡୋଜ ଦ୍ୱାରା ଅଧିକ ଜୀବନ ବଞ୍ଚି ପାରଥିବା ଜଣାପଡ଼ିଛି। ତେବେ ଏହି ପଦ୍ଧଥି ୬୫ ବର୍ଷରୁ କମ୍‌ ବୟସ୍କଙ୍କଠାରେ ଅଧିକ ଫଳପ୍ରଦ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri