Posted inଖେଳ

ଏନ୍‌ଗିଡ଼ିଙ୍କ ସାମିଲରେ ବିଳମ୍ବ

ମୁମ୍ବାଇ, ୧୨।୪(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ଏହାର ପ୍ରଥମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ନିକଟରୁ ହାରିଯାଇଛି। ଏହି ମ୍ୟାଚରେ ଜୋଶ ହାଜଲେଉଡ୍‌ଙ୍କ ଅନୁପସ୍ଥିତି ଅନୁଭବ କରିଛନ୍ତି କୋଚ୍‌ ଷ୍ଟିଫେନ୍‌ ଫ୍ଲେମିଂ। ହାଜଲେଉଡ୍‌ ଶେଷ ମୁହୂର୍ତ୍ତରେ ଆଇପିଏଲରୁ ଓହରି ଯାଇଥିବାବେଳେ ତାଙ୍କ ବଦଳ ଖେଳାଳି ଜାସନ ବେହରେନଡର୍ଫ ଏ ପର୍ଯ୍ୟନ୍ତ ପହଞ୍ଚତ୍ ନାହାନ୍ତି। ଦକ୍ଷିଣ ଆଫ୍ରିକାର ଲୁନ୍‌ଗି ଏନ୍‌ଗିଡି କ୍ୱାରାଣ୍ଟାଇନ୍‌ରେ ଥିବାରୁ ଦଳର ପ୍ରଥମ ମ୍ୟାଚ ଖେଳିପାରି ନ ଥିଲେ କିମ୍ବା ଆଗାମୀ ମ୍ୟାଚରେ ମଧ୍ୟ ଉପଲବ୍ଧ ହେବେନାହିଁ। ଏହା ଦଳୀୟ ରଣନୀତିକୁ ବିଗାଡ଼ି ଦେଇଛି ବୋଲି ଫ୍ଲେମିଂ କହିଛନ୍ତି। ପ୍ରକାଶଯୋଗ୍ୟ ଯେ, ହାଜଲେଉଡ୍‌ ଆଗାମୀ ଅନ୍ତର୍ଜାତୀୟ ମ୍ୟାଚଗୁଡ଼ିକ ପାଇଁ ଫିଟ୍‌ ରହିବା ଲକ୍ଷ୍ୟରେ ଆଇପିଏଲରୁ ଓହରି ଯିବାକୁ ବିଳମ୍ବରେ ନିଷ୍ପତ୍ତି ନେଇଥିଲେ। ସେହିପରି ପାକିସ୍ତାନ ବିପକ୍ଷ ଦକ୍ଷିଣ ଆଫ୍ରିକାର ଦିନିକିଆ ସିରିଜ ଅଧାରୁ ଆସିଥିବାରୁ ଏନ୍‌ଗିଡ଼ିଙ୍କ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହୋଇ ପାରିନାହିଁ। ଏନ୍‌ଗିଡି ଓ ବେହରେନଡର୍ଫ ଉପଲବ୍ଧ ହେଲେ ଯାଇ ବିଦେଶୀ ଖେଳାଳିଙ୍କୁ ନେଇ ବୋଲିଂ ଲାଇନ୍‌ଅପ୍‌ ପ୍ରସ୍ତୁତ ହୋଇପାରିବ। ଏବେ ଅନ୍ତର୍ଜାତୀୟ ଅଭିଜ୍ଞତା ଥିବା ସାମ୍‌ କୁରାନଙ୍କ ଉପରେ ଅଧିକ ନିର୍ଭର କରିବାକୁ ପଡ଼ୁଛି ବୋଲି ସେ କହିଛନ୍ତି। ଗତ ମ୍ୟାଚରେ ଚେନ୍ନାଇ ପକ୍ଷରୁ ୧୮୯ ରନର ଟାର୍ଗେଟ ଦିଆଯାଇଥିଲେ ହେଁ ଦିଲ୍ଲୀ ୭ ଉଇକେଟରେ ସହଜ ବିଜୟ ହାସଲ କରି ନେଇଥିଲା। ପୃଥ୍ବୀ ଶ’ ଏବଂ ଶିଖର ଧାଓ୍ବନଙ୍କ ଉପରେ ଚେନ୍ନାଇ ବୋଲରମାନେ ଅଙ୍କୁଶ ଲଗାଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri