ପଥର ଅଭାବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ବିଳମ୍ବ

ପୁରୀ ଅଫିସ,୯।୬:କୋଭିଡ୍‌ କଟକଣା ଭିତରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିତ୍ବାବେଳେ ପଥର ଅଭାବ ଦେଖାଦେଇଛି। ଫଳରେ ମରାମତି କାର୍ଯ୍ୟ ବିଳମ୍ବ ହେବାରେ ଲାଗିଛି। ମୁଖ୍ୟତଃ ବିଭିନ୍ନ ପଥରକୁ ନେଇ ମରାମତି କାର୍ଯ୍ୟ ଚାଲିଥିବାବେଳେ ଗତ କିଛିଦିନ ହେବ ଖଣ୍ଡୋଲାଇଟ୍‌ ପଥର ଅଭାବ ଯୋଗୁ କାର୍ଯ୍ୟ ସ୍ଥଗିତ ରହିଛି। ଭାରତୀୟ ପ୍ରନତ୍ତତ୍ତ୍ବ ବିଭାଗ ପକ୍ଷରୁ ଶ୍ରୀମନ୍ଦିର ଭିତର ଓ ବାହାର ମରାମତି କାର୍ଯ୍ୟ ଚାଲୁ ରହିଥିବା ବେଳେ ପ୍ରାୟ ସମୟରେ ପଥର ଅଭାବ ପ୍ରମୁଖ ସମସ୍ୟା ଦେଖାଦେଇଛି। ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ପଥର ଖଣିରୁ ପଥର ଯୋଗାଇ ଦିଆଯାଇଥାଏ। କିନ୍ତୁ ଉକ୍ତ ଖଣି ଏବେ ଓଏମ୍‌ସି ଅଧୀନକୁ ଚାଲିଯିବା ପରେ ପଥର ମିଳିବା କଷ୍ଟ ହେଉଛି। ଫଳରେ ବାଇଶି ପାହାଚ, ପାଟ ଅଗଣା, ରୋଷଶାଳା, ଆନନ୍ଦ ବଜାର, ବିମଳା ମନ୍ଦିର, ମହାଲକ୍ଷ୍ମୀ ମନ୍ଦିର ଆଦି ମରାମତି କାର୍ଯ୍ୟ ହୋଇପାରୁ ନାହିଁ। ପୂର୍ବରୁ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଓ ଗାଣ୍ଡୁଆ ଚଉତା ଛକରେ ପଥର ଗଦା ହୋଇ ରହିଥିବା ବେଳେ ଏବେ କଁା ଭଁା ପଥର ପଡ଼ି ରହିଛି। ସେପଟେ ଶ୍ରୀମନ୍ଦିରରେ ପଥର ଅଭାବ ଯୋଗୁ କାର୍ଯ୍ୟ ଆଗେଇପାରୁ ନାହିଁ। ପଥର ଖଣି ମାଫିଆଙ୍କ କବ୍‌ଜାରେ ରହିଛି। ବାରମ୍ବାର ଏହାକୁ ନେଇ ଅଭିଯୋଗ କରାଯାଉଛି କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ ବୋଲି ଅଭିଯୋଗ କରିଛନ୍ତି ଶ୍ରୀମନ୍ଦିର ବରିଷ୍ଠ ସେବାୟତ ରଜତ କୁମାର ପ୍ରତିହାରୀ। ଶ୍ରୀମନ୍ଦିର ମରାମତି ସମ୍ପର୍କରେ ଖବର ଆସିବା ପରେ ତାପଙ୍ଗ, ଭୋଗପୁରୁ କ୍ୱାରିରୁ ଓବିସିସିକୁ ଯୋଗାଇ ଦିଆଯାଉଥିବା ପଥର ନେବା ପାଇଁ ଏଏସ୍‌ଆଇକୁ ଚିଠି ମାଧ୍ୟମରେ ଜଣାଯାଉଛି। ଶ୍ରୀମନ୍ଦିର ଐତିହ୍ୟ କରିଡର ପାଇଁ ଆସିଥିବା ପଥରରୁ ଏଏସ୍‌ଆଇକୁ ଯୋଗାଯିବା ଫଳରେ ଏଏସ୍‌ଆଇ କାର୍ଯ୍ୟ କରିପାରିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri