ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ମୃତକଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ସହାୟତାର ହାତ ବଢାଇଛନ୍ତି। ପ୍ରତିନିଧି ଦଳ ଉଭୟଙ୍କ ଶୁଦ୍ଧି କ୍ରିୟା ପାଇଁ ସହାୟତା ରାଶି ଘୋଷଣା କରିଥିଲେ।

ମିଳିଥିବା ସୂଚନା ମୁତାବକ, ଗତ ୧୯ତାରିଖରେ ଓଡ଼ିଶା ରାଜ୍ୟସ୍ତରୀୟ ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌ ବରଗଡ଼ ଜିଲା ପାଇକମାଲର ନୃସିଂହ ନାଥ ପୀଠରେ ହୋଇଥିଲା। ତୁମୁଡିବନ୍ଧ ବ୍ଲକର ଗଣ୍ଡ ସମାଜର ନେତୃବୃନ୍ଦ ସହିତ ଲଙ୍କାଗଡ଼ ପଞ୍ଚୟତର ବାରିଙ୍ଗିଲି ଗ୍ରାମର ଶୁକଦେ ପାତ୍ର(୫୬) ଏବଂ ବାମୁନି ଗ୍ରାମର ଗୋପାଳ ପାତ୍ର (୩୫) କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ସେଠାରୁ ସେମାନେ ୨୦ତାରିଖ ସନ୍ଧ୍ୟାରେ ଫେରି କଳାହାଣ୍ଡି ଜିଲା ମଦନପୁର ରାମପୁରରୁ ନିଜ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ହେଲେ ରାୟପୁରରୁ ଗୋପାଳପୁରକୁ ସଂଯୋଗ କରୁଥିବା ୫୯ ନମ୍ବର ଜାତୀୟ ରାଜପଥର ମୋଟଗଣ୍ଡଠାରେ ଏକ ସଡ଼କ ଦୁର୍ଘଟଣାରେ ଶୁକଦେ ଏବଂ ବାମୁନିଙ୍କ ମୃତ୍ୟୁ ଘଟିଥିଲା।

ଏହି ପରିପ୍ରେକ୍ଷୀରେ ପ୍ରତିନିଧି ଦଳଙ୍କ ମଧ୍ୟରେ ଗଣ୍ଡ ସମାଜର ମହାସଚିବ ପ୍ୟାରୀମୋହନ ନାୟକ, ରାଜ୍ୟ ଉପଦେଷ୍ଟା ତଥା ନୂଆପଡ଼ା ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଚ୍ୟାରମ୍ୟାନ ହାମସିଂ ମାଝି, ପୂର୍ବତନ ବଳିଗୁଡ଼ା ବିଧାୟକ ରାଜୀବ ପାତ୍ର, ରାଜ୍ୟ ଛାତ୍ର ସଭାପତି ଶୁବ୍ରତ କୁଅଁର, କନ୍ଧମାଳ ଜିଲାର ରାଜ୍ୟ ସଦସ୍ୟ ତୁମୁଡିବନ୍ଧ ଜିଲା ପରିଷଦ ସଭ୍ୟ ନବୀନ ପାତ୍ର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରକାଶ ପାତ୍ର, କନ୍ଧମାଳ ଜିଲା ସଭାପତିସ ବିଷ୍ଣୁ ଚରଣ ପ୍ରଧାନ, ସମ୍ପାଦକ ଜିତେନ୍ଦ୍ର ନାୟକ, ମଧୁ ପାତ୍ର, ରବୀନ୍ଦ୍ର ପାତ୍ର, ପୂର୍ଣ୍ଣ ଚନ୍ଦ୍ର ପାତ୍ର, ରାମଚନ୍ଦ୍ର ପାତ୍ର, ସୁଦର୍ଶନ ପାତ୍ର ପ୍ରମୁଖ ଶୋକ ସନ୍ତପ୍ତ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇ ଥିଲେ। ଏହା ପରେ ଦୁଇ ପରିବାରକୁ ଶୁଦ୍ଧିକ୍ରିୟା କାର୍ଯ୍ୟ ପାଇଁ ସହାୟତା ଘୋଷଣା କରିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟସ୍ତରୀୟ ନେତୃବୃନ୍ଦ ଓ ବ୍ଲକସ୍ତରୀୟ ପ୍ରାୟ ଏକ ଶହରୁ ଉଦ୍ଧର୍‌ବ ପ୍ରତିନିଧି ଯୋଗ ଦେଇଥିଲେ। ଦୁଃଖଦ ସମୟରେ ସମାଜର ଏଭଳି କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?