ସୁଶାନ୍ତଙ୍କ ଇନ୍‌ଷ୍ଟାଗ୍ରାମରୁ ରିୟାଙ୍କ ଫଟୋ ଡିଲିଟ୍‌ ନେଇ ଖୋଳତାଡ଼

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମାତ୍ର ୩୪ ବର୍ଷ ବୟସରେ ବାନ୍ଦ୍ରାସ୍ଥିତ ଘରେ ଆତ୍ମହତ୍ୟା କରିଥିଲେ। ତାଙ୍କ ଆତ୍ମହତ୍ୟା ପରେ ବିଭିନ୍ନ ଆଡୁ ଖୋଳତାଡ଼ ଆରମ୍ଭ ହୋଇଛି। ଏହି ମାମଲାରେ ପୋଲିସ ବି ଯାଞ୍ଚ ଆରମ୍ଭ କରିଛି। ଏପର୍ଯ୍ୟନ୍ତ ୨୫ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଜେରା କରିସାରିଲାଣି ପୋଲିସ। ସୁଶାନ୍ତଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ମଧ୍ୟ ଯାଞ୍ଚ ଆରମ୍ଭ ହୋଇଛି। ଏଥିରୁ ଜଣାପଡ଼ିଛି, ସୁଶାନ୍ତ ସୋସିଆଲ ମିଡିଆରେ ରିୟା ଚକ୍ରବର୍ତ୍ତୀଙ୍କ ସହ ଏକ ଫଟୋ ଶେୟାର କରିଥିଲେ। ଯାହାକୁ ସେ ନିଜ ଇନ୍‌ଷ୍ଟାଗ୍ରାମରୁ ଡିଲିଟ୍‌ କରିଦେଇଥିଲେ।
ସୁଶାନ୍ତ ଏବଂ ରିୟାଙ୍କୁ ଅନେକ ସ୍ଥାନରେ ଏକାଠି ଦେଖିବାକୁ ମିଳିଥାଏ। ଦୁହେଁ ଦୁହିଁଙ୍କ ଜନ୍ମଦିନ ପାଳନ କରିବା ହେଉ କି ଜିମ୍‌ ଯିବା ହେଉ। କୁହାଯାଉଛି, ଦୁହେଁ ଦୁହିଁଙ୍କୁ ଡେଟ୍‌ କରୁଥିଲେ। ଏହି ସମୟରେ ସୁଶାନ୍ତ ରିୟାଙ୍କ ସହ ଏକ ଫଟୋ ଉଠାଇଥିଲେ। ପରେ ରିୟା ଏହି ଫଟୋକୁ ୪ ମେ’୨୦୧୯ରେ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଥିଲେ। ଏଥିରେ କ୍ୟାପଶନ୍‌ ଲେଖିଥିଲେ, ‘ସୁଖ’ ଶକ୍ତି ପରି ହୋଇଥାଏ।

ଏହି ଫଟୋରେ ସୁଶାନ୍ତ ଏବଂ ରିୟା ଖୁବ୍‌ ହସୁଥିବା ନଜର ଆସିଛନ୍ତି। ସୁଶାନ୍ତଙ୍କ କୁକୁର ଫଜକୁ ମଧ୍ୟ ଏଥିରେ ଦେଖିବାକୁ ମିଳିଛି। ଫଟୋ ଆଉ କିଛି ଲୋକ ଠିଆ ହୋଇଥିବା ନଜର ଆସିଛି। ମାତ୍ର ସୁଶାନ୍ତ ଏହି ଫଟୋକୁ ନିଜ ଇନ୍‌ଷ୍ଟାଗ୍ରାମ୍‌ ପେଜ୍‌ରୁ ଡିଲିଟ୍‌ କରିଦେଇଛନ୍ତି। କିନ୍ତୁ ରିୟାଙ୍କ ଇନ୍‌ଷ୍ଟାଗ୍ରାମରେ ଫଟୋଟି ଆଜି ମଧ୍ୟ ରହିଛି। ଏହି ଫଟୋ ଦେଖି ପ୍ରଶଂସକମାନେ ସୁଶାନ୍ତଙ୍କୁ ବହୁତ ମନେ ପକାଇଛନ୍ତି।
ସ୍ମରଣ ଥାଉକି, ଲକ୍‌ଡାଉନ୍‌ ସମୟରେ ରିୟା ସୁଶାନ୍ତଙ୍କ ସହ ଏକାଠି ରହୁଥିଲେ। ସୁଶାନ୍ତ ଆତ୍ମହତ୍ୟା କରିବା କିଛିଦିନ ପୂର୍ବରୁ ଦୁଇଜଣଙ୍କ ମଧ୍ୟରେ କିଛି କଥାବାର୍ତ୍ତା ହୋଇଥିଲା। ଏହା ପରେ ସୁଶାନ୍ତ ରିୟାଙ୍କୁ ଘରକୁ ଚାଲିଯିବାକୁ କହିବାରୁ ସେ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri