ସୁଶାନ୍ତଙ୍କ ଇନ୍‌ଷ୍ଟାଗ୍ରାମରୁ ରିୟାଙ୍କ ଫଟୋ ଡିଲିଟ୍‌ ନେଇ ଖୋଳତାଡ଼

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମାତ୍ର ୩୪ ବର୍ଷ ବୟସରେ ବାନ୍ଦ୍ରାସ୍ଥିତ ଘରେ ଆତ୍ମହତ୍ୟା କରିଥିଲେ। ତାଙ୍କ ଆତ୍ମହତ୍ୟା ପରେ ବିଭିନ୍ନ ଆଡୁ ଖୋଳତାଡ଼ ଆରମ୍ଭ ହୋଇଛି। ଏହି ମାମଲାରେ ପୋଲିସ ବି ଯାଞ୍ଚ ଆରମ୍ଭ କରିଛି। ଏପର୍ଯ୍ୟନ୍ତ ୨୫ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଜେରା କରିସାରିଲାଣି ପୋଲିସ। ସୁଶାନ୍ତଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ମଧ୍ୟ ଯାଞ୍ଚ ଆରମ୍ଭ ହୋଇଛି। ଏଥିରୁ ଜଣାପଡ଼ିଛି, ସୁଶାନ୍ତ ସୋସିଆଲ ମିଡିଆରେ ରିୟା ଚକ୍ରବର୍ତ୍ତୀଙ୍କ ସହ ଏକ ଫଟୋ ଶେୟାର କରିଥିଲେ। ଯାହାକୁ ସେ ନିଜ ଇନ୍‌ଷ୍ଟାଗ୍ରାମରୁ ଡିଲିଟ୍‌ କରିଦେଇଥିଲେ।
ସୁଶାନ୍ତ ଏବଂ ରିୟାଙ୍କୁ ଅନେକ ସ୍ଥାନରେ ଏକାଠି ଦେଖିବାକୁ ମିଳିଥାଏ। ଦୁହେଁ ଦୁହିଁଙ୍କ ଜନ୍ମଦିନ ପାଳନ କରିବା ହେଉ କି ଜିମ୍‌ ଯିବା ହେଉ। କୁହାଯାଉଛି, ଦୁହେଁ ଦୁହିଁଙ୍କୁ ଡେଟ୍‌ କରୁଥିଲେ। ଏହି ସମୟରେ ସୁଶାନ୍ତ ରିୟାଙ୍କ ସହ ଏକ ଫଟୋ ଉଠାଇଥିଲେ। ପରେ ରିୟା ଏହି ଫଟୋକୁ ୪ ମେ’୨୦୧୯ରେ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଥିଲେ। ଏଥିରେ କ୍ୟାପଶନ୍‌ ଲେଖିଥିଲେ, ‘ସୁଖ’ ଶକ୍ତି ପରି ହୋଇଥାଏ।

ଏହି ଫଟୋରେ ସୁଶାନ୍ତ ଏବଂ ରିୟା ଖୁବ୍‌ ହସୁଥିବା ନଜର ଆସିଛନ୍ତି। ସୁଶାନ୍ତଙ୍କ କୁକୁର ଫଜକୁ ମଧ୍ୟ ଏଥିରେ ଦେଖିବାକୁ ମିଳିଛି। ଫଟୋ ଆଉ କିଛି ଲୋକ ଠିଆ ହୋଇଥିବା ନଜର ଆସିଛି। ମାତ୍ର ସୁଶାନ୍ତ ଏହି ଫଟୋକୁ ନିଜ ଇନ୍‌ଷ୍ଟାଗ୍ରାମ୍‌ ପେଜ୍‌ରୁ ଡିଲିଟ୍‌ କରିଦେଇଛନ୍ତି। କିନ୍ତୁ ରିୟାଙ୍କ ଇନ୍‌ଷ୍ଟାଗ୍ରାମରେ ଫଟୋଟି ଆଜି ମଧ୍ୟ ରହିଛି। ଏହି ଫଟୋ ଦେଖି ପ୍ରଶଂସକମାନେ ସୁଶାନ୍ତଙ୍କୁ ବହୁତ ମନେ ପକାଇଛନ୍ତି।
ସ୍ମରଣ ଥାଉକି, ଲକ୍‌ଡାଉନ୍‌ ସମୟରେ ରିୟା ସୁଶାନ୍ତଙ୍କ ସହ ଏକାଠି ରହୁଥିଲେ। ସୁଶାନ୍ତ ଆତ୍ମହତ୍ୟା କରିବା କିଛିଦିନ ପୂର୍ବରୁ ଦୁଇଜଣଙ୍କ ମଧ୍ୟରେ କିଛି କଥାବାର୍ତ୍ତା ହୋଇଥିଲା। ଏହା ପରେ ସୁଶାନ୍ତ ରିୟାଙ୍କୁ ଘରକୁ ଚାଲିଯିବାକୁ କହିବାରୁ ସେ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri