Posted inଜାତୀୟ

‘ପୂର୍ବ ଜନ୍ମରେ ନିଶ୍ଚେ ଭଲ କାମ କରିଥିଲି, ସିସୋଡିଆଙ୍କ ଭଳି ସାଥୀ ପାଇଛି’

ନୂଆଦିଲ୍ଲୀ,୨୫।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବାସଭବନରେ ଆମ୍‌ ଆଦମୀ ପାର୍ଟି(ଏଏପି) ବିଧାୟକଙ୍କ ବୈଠକ ଶେଷ ହୋଇଛି। ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସମସ୍ତ ଏଏପି ବିଧାୟକ ମହାତ୍ମା ଗାନ୍ଧୀଙ୍କ ସ୍ମୃତି ସ୍ଥାନ ରାଜଘାଟରେ ପହଞ୍ଚିଥିଲେ।
ଏହି ଅବସରରେ କେଜ୍‌ରିଓ୍ବାଲ୍‌ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ପ୍ରଶଂସା କରି କହିଛନ୍ତି, ମୁଁ ନିଶ୍ଚୟ ପୂର୍ବ ଜୀବନରେ ଭଲ କାମ କରିଥିଲି, ମୋତେ ମନୀଷ ସିସୋଡିଆ ଭଳି ସାଥୀ ପାଇଛି। ସିସୋଡିଆ ଭାଜପାର ସମସ୍ତ ଅଫରକୁ ପ୍ରତ୍ୟାଖ୍ୟାନ କରିଥିଲେ। ଭାଜପା ପ୍ରତ୍ୟେକ ଏଏପି ବିଧାୟକଙ୍କୁ ୨୦ କୋଟି ଟଙ୍କାର ଅଫର ଦେଉଛି। ମୁଁ ଖୁସି, ମୋର କୌଣସି ବିଧାୟକ ତାଙ୍କ ପ୍ରସ୍ତାବ ଗ୍ରହଣ କରିନାହାଁନ୍ତି। ମୁଁ ଦିଲ୍ଲୀର ଲୋକଙ୍କୁ କହିବାକୁ ଚାହେଁ ଯେ, ଆପଣ ଏକ ସଚ୍ଚୋଟ ଦଳକୁ ଭୋଟ ଦେଇଛନ୍ତି। ଆମେ ମରିଯିବୁ କିନ୍ତୁ ଦେଶର ଲୋକଙ୍କୁ କଦାପି ପ୍ରତାରଣା କରିବୁ ନାହିଁ।
କେଜ୍‌ରିୱାଲଙ୍କ ବାସଭବନରେ ଚାଲିଥିବା ଆଜିର ବୈଠକରେ ଆମ ଆଦମୀ ପାର୍ଟିର ୫୪ ଜଣ ବିଧାୟକ ଉପସ୍ଥିତ ଥିଲେ। ବୈଠକ ପରେ ଏକ ଖବରଦାତା ସମ୍ମିଳନୀରେ ଏଏପି ବିଧାୟକ ସୌରଭ ଭରଦ୍ୱାଜ କହିଛନ୍ତି, ଏଏପିର ପ୍ରତ୍ୟେକ ବିଧାୟକଙ୍କୁ ୨୦ କୋଟି ଟଙ୍କା ପ୍ରଲୋଭନ ଦିଆଯାଇଛି। ବିଭିନ୍ନ କାରଣରୁ ବୈଠକରେ ଯୋଗ ଦେଇ ନ ଥିବା ବିଧାୟକଙ୍କ ସହ ଯୋଗାଯୋଗ କରାଯାଇଥିଲା। ସେମାନେ ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଅରବିନ୍ଦ କେଜ୍‌ରିୱାଲଙ୍କ ସହ ଅଛନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?