Posted inUncategorized

ଦିଲ୍ଲୀ ଅବକାରୀ ଦୁର୍ନୀତି: ପୁଣି ୩୫ ସ୍ଥାନରେ ଇଡି ଚଢାଉ

ନୂଆଦିଲ୍ଲୀ,୭।୧୦: ଦିଲ୍ଲୀରେ ହୋଇଥିବା ଅବକାରୀ ନୀତି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଟିମ୍‌ ସର୍ଚ୍ଚ ଅପରେସନ କରୁଛନ୍ତି। ଇଡି ଦଳ ଦିଲ୍ଲୀ, ପଞ୍ଜାବ ଏବଂ ହାଇଦ୍ରାବାଦ ସମେତ ୩୫ଟି ସ୍ଥାନରେ ଚଢାଉ କରୁଛି।
ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ୨୦୨୧-୨୨ର ଏକ୍ସାଇଜ ନୀତି ଅନୁଯାୟୀ ଏହି ଦୁର୍ନୀତି କରିଥିବା ଅଭିଯୋଗ ହୋଇଛି। ଏହି ପ୍ରସଙ୍ଗରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ବିରୋଧରେ ଏକ ଏଫଆଇଆର ମଧ୍ୟ ପଞ୍ଜୀକୃତ ହୋଇଛି। ଉଭୟ ସିବିଆଇ ଏବଂ ଇଡି ସିସୋଡିଆଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଟୁଇଟ୍‌ କରି ଇଡି ଚଢାଉ ଉପରେ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍‌ରିୱାଲ ଲେଖିଛନ୍ତି, ୫୦୦ରୁ ଅଧିକ ଚଢ଼ାଉ, ୩ ମାସ ହେବ ୩୦୦ରୁ ଅଧିକ ସିବିଆଇ ଏବଂ ଇଡି ଅଧିକାରୀ ୨୪ ଘଣ୍ଟା କାର୍ଯ୍ୟ କରୁଛନ୍ତି – ମନୀଷ ସିସୋଡିଆଙ୍କ ବିରୋଧରେ ପ୍ରମାଣ ଖୋଜିବା ପାଇଁ। କିଛି ପାଇପାରୁ ନାହିଁ କାରଣ କିଛି କରାଯାଇ ନାହିଁ। ସେମାନଙ୍କର ଖରାପ ରାଜନୀତି ପାଇଁ ଏତେ ସଂଖ୍ୟକ ଅଧିକାରୀଙ୍କ ସମୟ ନଷ୍ଟ ହେଉଛି। ଏପରି ଦେଶ କିପରି ଅଗ୍ରଗତି କରିବ।
ସେପ୍ଟେମ୍ବର ୧୬ରେ, ଇଡି ୬ଟି ରାଜ୍ୟରେ ୪୦ଟି ସ୍ଥାନ ଉପରେ ଚଢାଉ କରିଥିଲା। ଏହାପୂର୍ବରୁ ସେପ୍ଟେମ୍ବର ୬ରେ ଇଡି ଅନେକ ରାଜ୍ୟର ସ୍ଥାନ ଉପରେ ଚଢାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri