Posted inଜାତୀୟ

ଧୂଆଁମୟ ରାଜଧାନୀ: ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୩।୧୧: ଦେଶର ରାଜଧାନୀ ଦିଲ୍ଲୀର ବାୟୁ କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ଦିଲ୍ଲୀର ଅନେକ ଅଞ୍ଚଳରେ ଏୟାର କ୍ୱାଲିଟି ଇଣ୍ଡେକ୍ସ (ଏକ୍ୟୁଆଇ) ୪୨୨ରେ ପହଞ୍ଚିଛି। ଲୋକମାନେ ବିଷାକ୍ତ ବାୟୁ ନିଃଶ୍ୱାସ ନେବାକୁ ବାଧ୍ୟ ହେଉଛନ୍ତି। ପ୍ରଦୂଷଣକୁ ଏଡାଇବା ପାଇଁ ଡାକ୍ତରମାନେ ମଧ୍ୟ ପରାମର୍ଶ ଦେବା ଆରମ୍ଭ କରି ଦେଇଛନ୍ତି। ବିଶେଷକରି ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କୁ ଅଧିକ ସତର୍କ ରହିବାକୁ ନିବେଦନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଆସନ୍ତା ଦୁଇ ଦିନ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଟୁଇଟ କରି ଏହି ସୂଚନା ଦେଇଛନ୍ତି।
ଗତ କିଛି ଦିନ ହେବ ଦିଲ୍ଲୀର ଏକ୍ୟୁଆଇ କ୍ରମାଗତ ଭାବରେ ନିମ୍ନ ବର୍ଗରେ ରେକର୍ଡ କରାଯାଉଥିଲା, କିନ୍ତୁ ବର୍ତ୍ତମାନ ଅବସ୍ଥା ଆହୁରି ଖରାପ ହୋଇପଡିଛି। ସବୁ ସ୍ଥାନରେ ଧୂଆଁ। ଗୁରୁବାର ରାଜଧାନୀର ଅନେକ ଅଞ୍ଚଳରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୦୦ସ୍ତର ଅତିକ୍ରମ କରି ଗମ୍ଭୀର ବର୍ଗରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅନୁଯାୟୀ, ଅପରାହ୍ନ ୪ଟାରେ ୩୯୨ରେ ଏକ୍ୟୁଆଇ ରେକର୍ଡ କରାଯାଇଥିଲା, ଏହି ସଂଖ୍ୟା ଏକ ଘଣ୍ଟା ପରେ ଗମ୍ଭୀର ବର୍ଗରେ ଆସିଥିଲା, ଯାହା ପରେ ଏହି ସଂଖ୍ୟା ରାତି ୧୦ଟା ସୁଦ୍ଧା ୪୨୨କୁ ବୃଦ୍ଧି ପାଇଲା।
ଶୂନରୁ ୫୦ ମଧ୍ୟରେ ଏକ୍ୟୁଆଇ ‘ଭଲ’, ୫୧ ରୁ ୧୦୦ ‘ସନ୍ତୋଷଜନକ’, ୧୦୧ ରୁ ୨୦୦ ‘ମଧ୍ୟମ’, ୨୦୧ ରୁ ୩୦୦ ‘ଖରାପ’, ୩୦୧ ରୁ ୪୦୦ ‘ଅତ୍ୟନ୍ତ ଖରାପ’ ଏବଂ ୪୦୧ ରୁ ୫୦୦ ‘ଗମ୍ଭୀର’ ଭାବରେ ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri