Posted inଜାତୀୟ

ଦିଲ୍ଲୀରେ ପ୍ରଦୂଷଣ ବଢ଼ିବା ଦେଖି ଆଇପିଏସ୍‌ ଅଫିସର ଅରୁଣ ବୋଥ୍ରା କହିଲେ ଏମିତି

ନୂଆଦିଲ୍ଲୀ,୧୨ା୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବଢ଼ି ଚାଲିଛି। ଗୁରୁବାର ଏହା ଅଧିକ ଉଗ୍ର ରୂପ ଧାରଣ କରିଛି। ସୋସିଆଲ ମିଡିଆରେ ଏଠାକାର ପ୍ରଦୂଷିତ ଜଳବାୟୁର ଫଟୋ ଭାଇରାଲ ହେଉଛି। ଆଇପିଏସ୍‌ ଅଫିସର ଅରୁଣ ବୋଥ୍ରା ମଧ୍ୟ ଏହାର ଏକ ଫଟୋ ଶେୟାର କରି ପ୍ରତିକ୍ରିୟା ଦେଇଛନ୍ତି। ବର୍ତ୍ତମାନ ଯେତିକି ପ୍ରଦୂଷଣ ବଢ଼ିଛି, ଲକ୍‌ଡାଉନ ସମୟରେ ପ୍ରଦୂଷଣ ନ ଥିଲା। ମାତ୍ର ଲକ୍‌ଡାଉନ୍‌ ହଟିଯିବା ପରେ ରାଜଧାନୀରେ ପୁଣି ଏହାର ସାମ୍ନାକୁ କରିବାକୁ ପଡୁଛି। ଆଇପିଏସ୍‌ ଅଫିସର ବୋଥ୍ରା ଦୁଇଟି ଫଟୋ ଶେୟାର କରିଛନ୍ତି। ଗୋଟିଏରେ ଲକ୍‌ଡାଉନ୍‌ ପୂର୍ବର ଗୋଟେ ଏବଂ ଅନ୍ୟଟି ବର୍ତ୍ତମାନ ସମୟର। ଗୋଟିଏ ଫଟୋ ପରିସ୍କାର ଦେଖାଯାଉଥିବା ବେଳେ ଅନ୍ୟଟି ଧୂଆଁଳିଆ ଦିଶୁଛି। ଫଟୋ ଶେୟାର କରି ବୋଥ୍ରା ଲେଖିଛନ୍ତି, ‘ ଦୁଇମାସରେ ଦିଲ୍ଲୀ, ଏହି କାରଣରୁ ମୁଁ ଲକ୍‌ଡାଉନ୍‌ରେ ରହିବାକୁ ପସନ୍ଦ କରୁଛି।

ଭିଡିଓଟି ୧୦ ନଭେମ୍ବରରେ ଶେୟାର କରାଯାଇଛି। ଏହାକୁ ବର୍ତ୍ତମାନ ସୁଦ୍ଧା ୩ ହଜାରରୁ ଅଧିକ ଲୋକ ପସନ୍ଦ କରିଥିବା ବେଳେ ୩୦୦ରୁ ଅଧିକ ରି-ଟୁଇଟ୍‌ କରାଯାଇଛି।
ବିଶେଷଜ୍ଞଙ୍କ ମତରେ ଦୁଇଦିନ ପୂର୍ବରୁ ତୁଳନା କରାଗଲେ ଦିଲ୍ଲୀର ପ୍ରଦୂଷଣ ସବୁଠୁ ଅଧିକ ଖରାପ। ଯେତେବେଳେ ପ୍ରଦୂଷଣରସ୍ତର ବିପଦ ସ୍ଥିତିଠାରୁ ମଧ୍ୟ ଉପରେ ପହଞ୍ଚିଯାଇଛି।

ସରକାରୀ ଏଜେନ୍ସି ଏବଂ ପାଣିପାଗ ବିଜ୍ଞାନୀମାନେ କହିଛନ୍ତି ଯେ, ଉତ୍ତର-ପଶ୍ଚିମରୁ ଉତ୍ତର-ପୂର୍ବ ଦିଗରେ ପବନର ଦିଗ ପରିବର୍ତ୍ତନ ହେତୁ ପ୍ରଦୂଷଣ ସ୍ତରରେ ପରିବର୍ତ୍ତନ କେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri