Posted inଜାତୀୟ

ରେକର୍ଡ ହେଲା ଆର୍ଯ୍ୟନଙ୍କ ବୟାନ

ନୂଆଦିଲ୍ଲୀ,୧୨।୧୧: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ ବୟାନ ରେକର୍ଡ କରିଛି ନାର୍କୋଟିକ୍‌ ଏଜେନ୍ସିର ଦିଲ୍ଲୀ ୟୁନିଟ୍‌। ପୂର୍ବରୁ ଏହି ମାମଲାର ତଦନ୍ତ କରୁଥିବା ଏନ୍‌ସିବିର ଜୋନାଲ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେଙ୍କ ବିରୋଧରେ ଜଣେ ସାକ୍ଷୀ ବୟାନ ଦେବା ପରେ ଆର୍ଯ୍ୟନଙ୍କ ମାମଲାର ତଦନ୍ତ ଭାର ଦିଲ୍ଲୀର ସ୍ବତନ୍ତ୍ର ତଦନ୍ତକାରୀ ଦଳକୁ ଦିଆଯାଇଥିଲା।

ନବି ମୁମ୍ବାଇସ୍ଥିତ ରାପିଡ୍‌ ଆକଶନ୍‌ ଫୋର୍ସର କ୍ୟାମ୍ପରେ ଆର୍ଯ୍ୟନଙ୍କ ବୟାନ ରେକର୍ଡ କରାଯାଇଥିବା ସୂତ୍ରରୁ ଜଣାପଡ଼ିଛି।

ଓ୍ବାଙ୍ଖଡେଙ୍କ ହାତରେ ଥିବା ଏଣ୍ଟରଟେନମେଣ୍ଟ ସେକ୍ଟର ସହ ଜଡ଼ିତ
୬ଟି ମାମଲ ଦିଲ୍ଲୀର ସ୍ବତନ୍ତ୍ର ତଦନ୍ତକାରୀ ଦଳକୁ ଦିଆଯାଇଛି। କ୍ରୁଜ-ଡ୍ରଗ୍ସ ମାମଲାରେ ଏନ୍‌ସିବିର ସାକ୍ଷୀ ପ୍ରଭାକର ସୈଲଙ୍କ ବୟାନ ସାମ୍ନାକୁ ଆସିବା ପରେ ଓ୍ବାଙ୍ଖଡେଙ୍କ ତଦନ୍ତ ଉପରେ ପ୍ରଶ୍ନ ଉଠାଇଥିଲେ ଏନ୍‌ସିପି ନେତା ତଥା ମହାରାଷ୍ଟ୍ର ମନ୍ତ୍ରୀ ନଓ୍ବାବ ମଲିକ।

ସୈଲଙ୍କ ଅଭିଯୋଗ ଅନୁଯାୟୀ, ସେ ଅନ୍ୟତମ ସାକ୍ଷୀ କେ ପି ଗୋସାଭି ଓ ସାମ ଡି’ସୁଜା ଏବଂ ଶାହରୁଖ ଖାନଙ୍କ ମ୍ୟାନେଜର ପୂଜା ଦଦଲାନିଙ୍କ ମଧ୍ୟରେ ଫୋନ ଦ୍ୱାରା ହୋଇଥିବା ବାର୍ତ୍ତାଳାପ ଶୁଣିଥିଲେ। ସେମାନେ ଆର୍ଯ୍ୟନଙ୍କୁ ଛାଡ଼ିବା ପାଇଁ ଦାବି କରିଥିଲେ ୧୮ କୋଟି ଟଙ୍କା। ସେଥିରୁ ୮ କୋଟି ଟଙ୍କା ନେଇଥାନ୍ତେ ଓ୍ବାଙ୍ଖଡେ। ଉଲ୍ଲେଖଯୋଗ୍ୟ, ଜେଲରେ ୨୨ ଦିନ ରହିବା ପରେ ଆର୍ଯ୍ୟନଙ୍କ ଜାମିନ ପ୍ରଦାନ କରିଥିଲେ ବମ୍ବେ ହାଇକୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri