Posted inଜାତୀୟ

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଲାଗି ଜରୁରୀ ପଦକ୍ଷେପ ସ୍ବରୂପ ଦିଲ୍ଲୀ କର୍ତ୍ତୃପକ୍ଷ ଗ୍ରେଡେଡ୍‌ ଆକ୍ସନ ରେସ୍ପନ୍ନ ପ୍ଲାନ୍‌ (ଜିଆର୍‌ଏପି)ର ଚତୁର୍ଥ ପର୍ଯ୍ୟାୟ ତୁରନ୍ତ ଲାଗୁ କରିଛନ୍ତି। ଦିଲ୍ଲୀରେ କିଛିଘଣ୍ଟା ପୂର୍ବରୁ ଜିଆର୍‌ଏପି-୩ ଲାଗୁ ହୋଇଥିଲା। ସ୍ଥିତି ଅଧିକ ଖରାପ ହେଉଥିବା ଏକ୍ୟୁଆଇରୁ ଜଣାପଡ଼ିବା ପରେ ବାୟୁ ଗୁଣବତ୍ତା ପରିଚାଳନା ଆୟୁକ୍ତ (ସିଏକ୍ୟୁଏମ୍‌) ଜିଆର୍‌ଏପି-୪ ଲଗାଇବାକୁ ନିଷ୍ପତ୍ତି ନେଇଥିଲେ। ଅପରାହ୍ନ ୪ଟାରେ ଏକ୍ୟୁଆଇ ୪୩୧ ଥିବାବେଳେ ୬ଟା ବେଳକୁ ୪୪୧କୁ ଖସିଥିଲା। ବାୟୁ ପ୍ରବାହର ମନ୍ଥର ଗତି, ସ୍ଥିର ବାୟୁମଣ୍ଡଳ, ପ୍ରତିକୂଳ ପାଣିପାଗ ସ୍ଥିତି ତଥା ପ୍ରଦୂଷିତ କଣିକାଗୁଡ଼ିକ ଖେଳାଇ ନ ହୋଇ ସ୍ଥିର ରହିବା ଫଳରେ ବାୟୁ ଗୁଣବତ୍ତା ସୂଚକାଙ୍କ ଅତ୍ୟନ୍ତ ଗମ୍ଭୀର ସ୍ତରକୁ ଆସିଥିଲା ବୋଲି ସିଏକ୍ୟୁଏମ୍‌ କହିଛି।
ଆନନ୍ଦବିହାର ଅଞ୍ଚଳ ଶନିବାର ସନ୍ଧ୍ୟାରେ ବହଳ ଧୂଆଁ କୁହୁଡ଼ିରେ ଘୋଡ଼ାଇ ହୋଇ ରହିଥିବାବେଳେ ଏକ୍ୟୁଆଇ ୪୮୮କୁ ଖସିଆସିଛି। ଏଭଳି ବାୟୁ ସ୍ବାସ୍ଥ୍ୟ ପ୍ରତି ଗମ୍ଭୀର ଚିନ୍ତାର ବିଷୟ ପାଲଟିଛି। ସେହିପରି ଇଣ୍ଡିଆ ଗେଟ୍‌, କର୍ତ୍ତବ୍ୟ ପଥରେ ଏକ୍ୟୁଆଇ ୪୦୭ ରହିଛି। ଫଳରେ ସମଗ୍ର ଜାତୀୟ ରାଜଧାନୀ ଅଞ୍ଚଳରେ ତୁରନ୍ତ ସର୍ବାଧିକ କଟକଣା ଜିଆର୍‌ଏପି-୪ ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି କଟକଣା ଯୋଗୁ ଦିଲ୍ଲୀ-ଏନ୍‌ସିଆର୍‌ରେ ନିର୍ମାଣ କାର୍ଯ୍ୟ ଓ ଜବରଦଖଲ ଉଚ୍ଛେଦ ସମ୍ପୂର୍ଣ୍ଣ ନିଷିଦ୍ଧ ହେବା ସହ ଷ୍ଟୋନ୍‌ କ୍ରସର, ଖଣି ଉତ୍ତୋଳନ ଆଦି ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ୫ମ ଶ୍ରେଣୀ ପର୍ଯ୍ୟନ୍ତ ହାଇବ୍ରିଡ୍‌ ଲର୍ନିଂ ମୋଡ୍‌ରେ ପାଠପଢ଼ା ପାଇଁ ପରାମର୍ଶ ଦିଆଯାଇଛି। ବିଏସ୍‌-୩ ଡିଜେଲ ଏବଂ ବିଏସ୍‌-୪ ଡିଜେଲ ଚାରିଚକିଆ ଯାନ ଚଳାଚଳ ଉପରେ କଟକଣାକୁ କଡ଼ାକଡ଼ି କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri