Posted inଜାତୀୟ

ଦିଲ୍ଲୀ ଏକ୍ୟୁଆଇ ଅସ୍ବାସ୍ଥ୍ୟକର

ନୂଆଦିଲ୍ଲୀ,୧୪ା୧୧ : ଦିଲ୍ଲୀର ଏୟାର କ୍ୱାଲିଟି ଇନ୍‌ଡେକ୍ସ ବା ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ)ରେ ସାମାନ୍ୟ ଉନ୍ନତି ଆସିଛି। ତଥାପି ଏହା ଅସ୍ବାସ୍ଥ୍ୟକର ରହିଛି। ସିଷ୍ଟମ୍‌ ଅଫ୍‌ ଏୟାର କ୍ୱାଲିଟି ଆଣ୍ଡ୍‌ ଫୋରକାଷ୍ଟିଂ ଆଣ୍ଡ୍‌ ରିସର୍ଚ୍ଚ (ଏସ୍‌ଏଏଫ୍‌ଏଆର୍‌) ଅନୁସାରେ ଜାତୀୟ ରାଜଧାନୀରେ ଏକ୍ୟୁଆଇ ସ୍ତର ଶନିବାର ୩୫୩ ରହିଥିବାବେଳେ ରବିବାର ସକାଳ ୮ଟାରେ ୩୨୦ ରହିଥିଲା। ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ମଧ୍ୟ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ନୋଏଡାରେ ଏକ୍ୟୁଆଇ ୩୪୧ ଥିବାବେଳେ ଗୁରୁଗ୍ରାମରେ ୩୨୪ ରହିଛି, ଯାହାକୁ ‘ଅତି ଖରାପ’ ବୋଲି କୁହାଯାଉଛି।

ପ୍ରକାଶ ଯେ, ଏକ୍ୟୁଆଇ ୦ରୁ ୧୦୦ ରହିବା ଭଲ ଏବଂ ୧୦୦ରୁ ୨୦୦ ମଧ୍ୟରେ ରହିଲେ ମଧ୍ୟମ। ସେହିପରି ୨୦୦ରୁ ୩୦୦ ରହିଲେ ଖରାପ, ୩୦୦ରୁ ୪୦୦ ରହିଲେ ଅତି ଖରାପ ଏବଂ ୪୦୦ରୁ ୫୦୦ ସ୍ତରରେ ରହିଲେ ବିପଜ୍ଜନକ ବୋଲି ବିବେଚନା କରାଯାଏ। ଦିଲ୍ଲୀ ସମେତ ପଞ୍ଜାବ, ହରିୟାଣା, ଉତ୍ତର ପ୍ରଦେଶର ଚାଷୀମାନେ ଅମଳ କରିସାରିବା ପରେ କୃଷିକ୍ଷେତ୍ରର ନଡ଼ାମୂଳିରେ ନିଅଁ। ଲଗାଇଦେଉଥିବାରୁ ଜାତୀୟ ରାଜଧାନୀ ଅଞ୍ଚଳରେ ପ୍ରଦୂଷଣ ବୃଦ୍ଧି ପାଉଛି।

ଏହାର ସମାଧାନ ପାଇଁ ସମ୍ପୃକ୍ତ ରାଜ୍ୟଗୁଡ଼ିକର ମୁଖ୍ୟ ଶାସନ ସଚିବମାନଙ୍କୁ ଜାତୀୟ ମାନବ ଅଧିକାର କମିଶନ ପୂର୍ବରୁ ନୋଟିସ କରିଥିଲେ। ପ୍ରଦୂଷଣ ରୋକିବା ପାଇଁ କ’ଣ ସବୁ ପଦକ୍ଷେପ ନେଇଛନ୍ତି, ତାହା ଉପରେ ସତ୍ୟପାଠ ଜରିଆରେ ରିପୋର୍ଟ ଦାଖଲ କରିବାକୁ ୪ ସପ୍ତାହ ଦେଇଥିଲେ। ମୁଖ୍ୟ ଶାସନ ସଚିବମାନଙ୍କ ବ୍ୟକ୍ତିଗତ ଉପସ୍ଥିତିରେ ଆସନ୍ତା ୧୮ରେ କମିଶନ ପରବର୍ତ୍ତୀ ଶୁଣାଣି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri