Posted inଜାତୀୟ

ଘୋଷଣା ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ, ୫ରେ ମତଦାନ ୮ରେ ଗଣତି

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ମାଧ୍ୟମରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଏହି ନିର୍ବାଚନ ପାଇଁ ଫେବୃୟାରୀ ୫ରେ ମତଦାନ କରାଯିବ ଓ ୮ ଫେବୃଆରୀରେ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯିବ। ମୋଟ ୭୦ଟି ଆସନରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ।

ଏହି ପ୍ରେସ କନଫରେନ୍ସରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ଇଭିଏମରେ ବେଆଇନ ଭୋଟ ଦେବାର କୌଣସି ସମ୍ଭାବନା ନାହିଁ। ଇଭିଏମ ହେଉଛି ଏକ ଫୁଲପ୍ରୁଫ ଉପକରଣ । ଭୋଟ ଦେବା ପରେ ଏହାକୁ ସିଲ କରାଯାଇଥାଏ ଏବଂ ଭାଇରସ ବି ଏଥିରେ ପ୍ରବେଶ କରିପାରେ ନାହିଁ ।
ସେ ଆହୁରି ସୂଚନା ଦେଇ କହିଛନ୍ତି ଯେ, ଦିଲ୍ଲୀରେ ସମୁଦାୟ ୧କୋଟି ୫୫ଲକ୍ଷ ଭୋଟର ଅଛନ୍ତି। ସେଠାରେ ୮୩ଲକ୍ଷରୁ ଅଧିକ ପୁରୁଷ ଭୋଟର ଅଛନ୍ତି। ଏଠାରେ ୧୩ ହଜାର ୩୩ ମତଦାନ କେନ୍ଦ୍ର ଅଛ।

ଇଭିଏମ ଉପରେ ଉଠାଯାଇଥିବା ପ୍ରଶ୍ନ ଉପରେ ରାଜୀବ କୁମାର କହିଛନ୍ତି ମତଦାନ ଦିନ ଇଭିଏମ୍‌ ସିଲ ଭାଙ୍ଗାଯିବ। ସକାଳେ ଏକ ମକ ପୋଲ ଅଛି। କିଏ ଆସିଲା ଏବଂ କିଏ ଗଲା ସେ ବିଷୟରେ ରେକର୍ଡ ଦିନସାରା ରଖାଯାଏ। ଇଭିଏମ କୌଣସି ପ୍ରକାରେ ହ୍ୟାକ ହୋଇପାରିବ ନାହିଁ। ନିର୍ବାଚନର ସାତରୁ ଆଠ ଦିନ ପୂର୍ବରୁ ଇଭିଏମ ପ୍ରସ୍ତୁତ ଅଛି। ଇଭିଏମ ହେଉଛି ନିିର୍ବାଚନର ସବୁଠାରୁ ସୁରକ୍ଷିତ ପଦ୍ଧତି। ଗଣନା କରିବା ପୂର୍ବରୁ ପ୍ରତ୍ୟେକ ଇଭିଏମର ସିଲ ଯାଞ୍ଚ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ୧୩୭ ରନର ଦ୍ରୁତ ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ କରି…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri