Posted inଜାତୀୟ

ଘୋଷଣା ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ, ୫ରେ ମତଦାନ ୮ରେ ଗଣତି

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ମାଧ୍ୟମରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଏହି ନିର୍ବାଚନ ପାଇଁ ଫେବୃୟାରୀ ୫ରେ ମତଦାନ କରାଯିବ ଓ ୮ ଫେବୃଆରୀରେ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯିବ। ମୋଟ ୭୦ଟି ଆସନରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ।

ଏହି ପ୍ରେସ କନଫରେନ୍ସରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ଇଭିଏମରେ ବେଆଇନ ଭୋଟ ଦେବାର କୌଣସି ସମ୍ଭାବନା ନାହିଁ। ଇଭିଏମ ହେଉଛି ଏକ ଫୁଲପ୍ରୁଫ ଉପକରଣ । ଭୋଟ ଦେବା ପରେ ଏହାକୁ ସିଲ କରାଯାଇଥାଏ ଏବଂ ଭାଇରସ ବି ଏଥିରେ ପ୍ରବେଶ କରିପାରେ ନାହିଁ ।
ସେ ଆହୁରି ସୂଚନା ଦେଇ କହିଛନ୍ତି ଯେ, ଦିଲ୍ଲୀରେ ସମୁଦାୟ ୧କୋଟି ୫୫ଲକ୍ଷ ଭୋଟର ଅଛନ୍ତି। ସେଠାରେ ୮୩ଲକ୍ଷରୁ ଅଧିକ ପୁରୁଷ ଭୋଟର ଅଛନ୍ତି। ଏଠାରେ ୧୩ ହଜାର ୩୩ ମତଦାନ କେନ୍ଦ୍ର ଅଛ।

ଇଭିଏମ ଉପରେ ଉଠାଯାଇଥିବା ପ୍ରଶ୍ନ ଉପରେ ରାଜୀବ କୁମାର କହିଛନ୍ତି ମତଦାନ ଦିନ ଇଭିଏମ୍‌ ସିଲ ଭାଙ୍ଗାଯିବ। ସକାଳେ ଏକ ମକ ପୋଲ ଅଛି। କିଏ ଆସିଲା ଏବଂ କିଏ ଗଲା ସେ ବିଷୟରେ ରେକର୍ଡ ଦିନସାରା ରଖାଯାଏ। ଇଭିଏମ କୌଣସି ପ୍ରକାରେ ହ୍ୟାକ ହୋଇପାରିବ ନାହିଁ। ନିର୍ବାଚନର ସାତରୁ ଆଠ ଦିନ ପୂର୍ବରୁ ଇଭିଏମ ପ୍ରସ୍ତୁତ ଅଛି। ଇଭିଏମ ହେଉଛି ନିିର୍ବାଚନର ସବୁଠାରୁ ସୁରକ୍ଷିତ ପଦ୍ଧତି। ଗଣନା କରିବା ପୂର୍ବରୁ ପ୍ରତ୍ୟେକ ଇଭିଏମର ସିଲ ଯାଞ୍ଚ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?