Posted inଜାତୀୟ

ଭୋଟ ଦେଲେ ରାଷ୍ଟ୍ରପତି: ଚାରିଆଡେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ ସେଣ୍ଟ୍ରାଲ ସ୍କୁଲରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତଦାନ କରିଥିଲେ। ଏହି ମତଦାନ କେନ୍ଦ୍ରକୁ ସୱତନ୍ତ୍ର ଢଙ୍ଗରେ ସଜାଯାଇଛି । ଭୋଟ ଦେବା ପରେ ରାଷ୍ଟ୍ରପତି ମତଦାନ କେନ୍ଦ୍ର ବାହାରେ ଏକ ଫଟୋ ମଧ୍ୟ ଉଠାଇଥିଲେ।
ମତଦାନ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ। ୧୩,୭୬୬ ମତଦାନ କେନ୍ଦ୍ରରେ ୧ କୋଟି ୫୬ ଲକ୍ଷ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୮୩ ଲକ୍ଷ ୭୬ ହଜାର ପୁରୁଷ, ୭୨ ଲକ୍ଷ ୩୬ ହଜାର ମହିଳା ଏବଂ ୧,୨୬୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ଏହି ନିର୍ବାଚନରେ ଦିଲ୍ଲୀର ୩ ମୁଖ୍ୟ ରାଜନୈତିକ ଦଳ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌), ଭାଜପା ଏବଂ କଂଗ୍ରେସ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ମାଧ୍ୟମରେ ଲଗାତର ତୃତୀୟ ଥର ପାଇଁ ଦିଲ୍ଲୀ ଶାସନ ଗାଦିକୁ ଫେରିବାକୁ (ଆପ୍‌) ଲକ୍ଷ୍ୟ ରଖିଥିବା ବେଳେ ରାଷ୍ଟ୍ରୀୟ ରାଜଧାନୀରେ ଦୀର୍ଘ ୨୭ ବର୍ଷର ରାଜନୈତିକ ବନବାସକୁ ଶେଷ କରିବାକୁ ନିର୍ବାଚନୀ ପ୍ରଚାରରେ ଭାଜପା ପ୍ରୟାସ କରିଥିଲା।
ତେବେ ନିର୍ବାଚନ ପ୍ରଚାର ସରିବା ପରେ କାଲକାଜୀ ବିଧାନସଭା ଆସନର ଗୋବିନ୍ଦପୁରୀସ୍ଥିତ ଫତେହ ସିଂହ ମାର୍ଗଠାରେ ସୋମବାର ବିଳମ୍ବିତ ରାତ୍ରିରେ ଉତ୍ତେଜନା ଦେଖାଦେଇଥିଲା। ସ୍ଥାନୀୟ ଅଞ୍ଚଳରେ ଥିବା ବସ୍ତିରେ ଭାଜପା କର୍ମୀମାନେ ଟଙ୍କା ବାଣ୍ଟିବା ସହ ଆପ୍‌କୁ ଭୋଟ ନ ଦେବା ପାଇଁ ଧମକ ଦେଉଥିବା ଅଭିଯୋଗ ଆଣି ନିଜ ସମର୍ଥକଙ୍କ ସହ ଆତିଶୀ ସେଠାରେ ପହଞ୍ଚିଥିଲେ। ଫଳରେ ଘଟଣାସ୍ଥଳରେ ଉତ୍ତେଜନା ବଢ଼ିବାରୁ ପୋଲିସ ହସ୍ତକ୍ଷେପ କରିଥିଲା। ସେଠାରେ ପୋଲିସ ସହ ଆତିଶୀ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପ୍ରଚାର ସରିବା ପରେ ମଧ୍ୟ ଆତିଶୀ ୫୦ରୁ ୬୦ ସମର୍ଥକଙ୍କ ସହ ଭୋଟରଙ୍କ ନିକଟକୁ ଯାଇଥିବାରୁ, ଏହାକୁ ନିର୍ବାଚନ ଆଚରଣବିଧି ଉଲ୍ଲଂଘନ ଦର୍ଶାଇ ଗୋବିନ୍ଦପୁରୀ ଥାନା ପୋଲିସ ତାଙ୍କ ନଁାରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri