Posted inଜାତୀୟ

ଭୋଟ ଦେଲେ ରାଷ୍ଟ୍ରପତି: ଚାରିଆଡେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ ସେଣ୍ଟ୍ରାଲ ସ୍କୁଲରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତଦାନ କରିଥିଲେ। ଏହି ମତଦାନ କେନ୍ଦ୍ରକୁ ସୱତନ୍ତ୍ର ଢଙ୍ଗରେ ସଜାଯାଇଛି । ଭୋଟ ଦେବା ପରେ ରାଷ୍ଟ୍ରପତି ମତଦାନ କେନ୍ଦ୍ର ବାହାରେ ଏକ ଫଟୋ ମଧ୍ୟ ଉଠାଇଥିଲେ।
ମତଦାନ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ। ୧୩,୭୬୬ ମତଦାନ କେନ୍ଦ୍ରରେ ୧ କୋଟି ୫୬ ଲକ୍ଷ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୮୩ ଲକ୍ଷ ୭୬ ହଜାର ପୁରୁଷ, ୭୨ ଲକ୍ଷ ୩୬ ହଜାର ମହିଳା ଏବଂ ୧,୨୬୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ଏହି ନିର୍ବାଚନରେ ଦିଲ୍ଲୀର ୩ ମୁଖ୍ୟ ରାଜନୈତିକ ଦଳ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌), ଭାଜପା ଏବଂ କଂଗ୍ରେସ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ମାଧ୍ୟମରେ ଲଗାତର ତୃତୀୟ ଥର ପାଇଁ ଦିଲ୍ଲୀ ଶାସନ ଗାଦିକୁ ଫେରିବାକୁ (ଆପ୍‌) ଲକ୍ଷ୍ୟ ରଖିଥିବା ବେଳେ ରାଷ୍ଟ୍ରୀୟ ରାଜଧାନୀରେ ଦୀର୍ଘ ୨୭ ବର୍ଷର ରାଜନୈତିକ ବନବାସକୁ ଶେଷ କରିବାକୁ ନିର୍ବାଚନୀ ପ୍ରଚାରରେ ଭାଜପା ପ୍ରୟାସ କରିଥିଲା।
ତେବେ ନିର୍ବାଚନ ପ୍ରଚାର ସରିବା ପରେ କାଲକାଜୀ ବିଧାନସଭା ଆସନର ଗୋବିନ୍ଦପୁରୀସ୍ଥିତ ଫତେହ ସିଂହ ମାର୍ଗଠାରେ ସୋମବାର ବିଳମ୍ବିତ ରାତ୍ରିରେ ଉତ୍ତେଜନା ଦେଖାଦେଇଥିଲା। ସ୍ଥାନୀୟ ଅଞ୍ଚଳରେ ଥିବା ବସ୍ତିରେ ଭାଜପା କର୍ମୀମାନେ ଟଙ୍କା ବାଣ୍ଟିବା ସହ ଆପ୍‌କୁ ଭୋଟ ନ ଦେବା ପାଇଁ ଧମକ ଦେଉଥିବା ଅଭିଯୋଗ ଆଣି ନିଜ ସମର୍ଥକଙ୍କ ସହ ଆତିଶୀ ସେଠାରେ ପହଞ୍ଚିଥିଲେ। ଫଳରେ ଘଟଣାସ୍ଥଳରେ ଉତ୍ତେଜନା ବଢ଼ିବାରୁ ପୋଲିସ ହସ୍ତକ୍ଷେପ କରିଥିଲା। ସେଠାରେ ପୋଲିସ ସହ ଆତିଶୀ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପ୍ରଚାର ସରିବା ପରେ ମଧ୍ୟ ଆତିଶୀ ୫୦ରୁ ୬୦ ସମର୍ଥକଙ୍କ ସହ ଭୋଟରଙ୍କ ନିକଟକୁ ଯାଇଥିବାରୁ, ଏହାକୁ ନିର୍ବାଚନ ଆଚରଣବିଧି ଉଲ୍ଲଂଘନ ଦର୍ଶାଇ ଗୋବିନ୍ଦପୁରୀ ଥାନା ପୋଲିସ ତାଙ୍କ ନଁାରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?