Posted inଜାତୀୟ

ଦିଲ୍ଲୀ ବିଧାନସଭାରେ ହଙ୍ଗାମା: ଆତିଶୀଙ୍କ ସମେତ ୧୨ ଏଏପି ବିଧାୟକ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୨୫।୨: ଦିଲ୍ଲୀ ବିଧାନସଭା ଅଧିବେଶନର କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଆମ ଆଦମୀ ପାର୍ଟି ବିଧାୟକମାନେ ହଟ୍ଟଗୋଳ କରିବା ଆରମ୍ଭ କରିଦେଇଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ଭିକେ ସକ୍ସେନାଙ୍କ ଅଭିଭାଷଣ ସମୟରେ ହଙ୍ଗାମା କରିବା ପାଇଁ ଆତିଶୀଙ୍କ ସମେତ ଅନେକ ଏଏପି ବିଧାୟକଙ୍କୁ ନିଲମ୍ବିତ କରାଯାଇଛି। ଗୃହରେ ଉପ-ରାଜ୍ୟପାଳ ବିନୟ ସକ୍ସେନାଙ୍କ ଅଭିଭାଷଣ ସମୟରେ ‘ମୋଦି-ମୋଦି’ ନାରା ଦିଆଯାଇଥିଲା। ଯାହା ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଭଗତ ସିଂ ଏବଂ ବି.ଆର. ଆମ୍ବେଦକରଙ୍କ ଫଟୋ ହଟାଇବା ବିରୋଧରେ ପ୍ରତିବାଦ କରୁଥିବା ଆମ ଆଦମୀ ପାର୍ଟିର ବିଧାୟକମାନଙ୍କୁ ଲଗାତାର ନିଲମ୍ବିତ କରାଯାଉଛି।

ଗୃହରୁ ବାହାରକୁ ଆସିବା ପରେ ବିରୋଧୀ ଦଳ ନେତା ଆତିଶୀ କହିଛନ୍ତି, ଭାଜପା ଆମ୍ବେଦକରଙ୍କ ଫଟୋକୁ ମୋଦିଙ୍କ ଫଟୋରେ ବଦଳାଇ ଦେଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ବିଧାନସଭା, କର୍ମୀ କାର୍ଯ୍ୟାଳୟ ସବୁଠି ଫଟୋ ପରିବର୍ତ୍ତନ କରାଯାଇଛି। ଆପଣ ଅହଂକାରୀ ହୋଇଯାଇଛନ୍ତି। ଆପଣ କ’ଣ ଭାବୁଛନ୍ତି ନରେନ୍ଦ୍ର ମୋଦି ଆମ୍ବେଦକରଙ୍କ ସ୍ଥାନ ନେବେ? ଆମେ ଏହା ହେବାକୁ ଦେବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?