ଦିଲ୍ଲୀ ବିଧାନସଭା ଆପଣାଇବ ଓଡ଼ିଶା ‘ନେଭା’ ମଡେଲ

ଭୁବନେଶ୍ୱର,୧୮ା୪(ରବିନାରାୟଣ ଜେନା):ଦିଲ୍ଲୀ ବିଧାନସଭା ଆଗାମୀ ଦିନରେ ଓଡ଼ିଶାର ‘ନେଭା’ ମଡେଲ ଆପଣାଇବ। ଜୁଲାଇରେ ହେବାକୁ ଥିବା ମୌସୁମୀ ଅଧିବେଶନ କାଳରେ ଦିଲ୍ଲୀ ବିଧାନସଭାରେ କାଗଜମୁକ୍ତ ଇ-ବିଧାନସଭା ତଥା ନେଭା ପୋର୍ଟାଲ କାର୍ଯ୍ୟକ୍ଷମ ହେବ ବୋଲି ଦିଲ୍ଲୀ ବାଚସ୍ପତି ବିଜେନ୍ଦ୍ର ଗୁପ୍ତା କହିଛନ୍ତି। ଗୁରୁବାର ରାଜ୍ୟ ଅତିଥି ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେନ୍ଦ୍ର କହିଥିଲେ, ଦେଶରେ ଗୁଜରାଟ, ତାମିଲନାଡୁ, ବିହାର, ପଞ୍ଜାବ, ନାଗାଲାଣ୍ଡ, ତ୍ରିପୁରା ଓ ସିକ୍କିମ ଭଳି ରାଜ୍ୟର ବିଧାନସଭାରେ ଇ-ବିଧାନସଭା କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଓଡ଼ିଶାରେ ଏହାର ସର୍ବୋତ୍ତମ ଉପଯୋଗ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡିଜିଟାଲ ଇଣ୍ଡିଆ ଆଭିମୁଖ୍ୟକୁ ଅନୁସରଣ କରି ଫେବୃଆରୀରେ ଓଡ଼ିଶା ବିଧାନସଭାରେ ଉଦ୍‌ଘାଟନ ହୋଇଥିବା ‘ନେଭା’ ପୋର୍ଟାଲରେ ଲାଟେଷ୍ଟ ଟେକ୍ନୋଲୋଜି ବ୍ୟବହାର ହୋଇଛି। ଏହାଦ୍ୱାରା ବିଧାନସଭାର ଟିକିନିଖି ବିବରଣୀ ଲୋକଙ୍କ ପାଖରେ ପହଞ୍ଚି ପାରୁଛି। ତେଣୁ ଓଡ଼ିଶା ନେଭା ମଡେଲକୁ ଦିଲ୍ଲୀ ବିଧାନସଭା ଆପଣାଇବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri