Posted inଜାତୀୟ

ହୋଲିରେ ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ୫ମହଲା କୋଠା

ନୂଆଦିଲ୍ଲୀ,୮।୩: ଦେଶର ରାଜଧାନୀ ଦିଲ୍ଲୀରେ ହୋଲି ପର୍ବରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ପାଞ୍ଚ ମହଲା କୋଠା ରାସ୍ତା ଆଡକୁ ଭୁଶୁଡ଼ିପଡ଼ିଛି। ସବୁଠାରୁ ବଡ଼ କଥା ହେଉଛି ଏହି ଦୁର୍ଘଟଣାରେ କାହାରି କିଛି କ୍ଷତି ହୋଇନାହିଁ। ଖବରପାଇ ପୋଲିସ ଏବଂ ଅଗ୍ନିଶମବାହିନୀ ଟିମ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆଖପାଖ ରାସ୍ତାକୁ ଅବରୋଧ କରିଥିଲେ। ବର୍ତ୍ତମାନ ସମୟରେ ଯାନବାହନ ଚଳାଚଳ ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଛି। ବର୍ତ୍ତମାନ ଭଗ୍ନାବଶେଷଗୁଡିକୁ ପ୍ରଶାସନ ଦ୍ୱାରା ସଫା କରାଯାଉଛି। ସୂଚନାଯୋଗ୍ୟ, ବୁଧବାର ଅପରାହ୍ନରେ ଦିଲ୍ଲୀର ବିଜୟ ପାର୍କ ଅଞ୍ଚଳରେ ରାସ୍ତା କଡ଼ରେ ଥିବା ଏକ ପାଞ୍ଚ ମହଲା କୋଠା ହଠାତ୍‌ ଭୁଶୁଡିପଡିଛି। ଏହି ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ଯେ, ଦେଖୁ ଦେଖୁ କିଭଳି ଏକ ପାଞ୍ଚ ମହଲା ବିଶିଷ୍ଟ କୋଠା ମାତ୍ର ୪ ସେକେଣ୍ଡରେ ଭୁଶୁଡି ପଡି ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିଛି। ଏହି ଦୁର୍ଘଟଣାରେ ନିକଟସ୍ଥ ଦୋକାନ, ଘର ଏବଂ ଯାନବାହାନ ମଧ୍ୟ ଭଗ୍ନାବଶେଷ ତଳେ ଚାପି ହୋଇଯାଇଛି। ପୋଲିସ କର୍ମୀମାନେ ଘଟଣାସ୍ଥଳରୁ ଲୋକଙ୍କ ଭିଡ଼କୁ ହଟାଇ ଭିଡ଼ ନିୟନ୍ତ୍ରଣ କରିଛି। ଭଗ୍ନାବଶେଷଗୁଡ଼ିକୁ ରାସ୍ତାରୁ ସଫା କରିବାକୁ ସମୟ ଲାଗିବ, ତେଣୁ ସେହି ମାର୍ଗରୁ ଯାନବାହନ ଏବଂ ଲୋକଙ୍କ ଯାତାୟାତ ଉପରେ ପ୍ରତିବନ୍ଧକ ଲଗାଯାଇଛି। ତେବେ କୋଠା ଭୁଶୁଡ଼ିବାର କାରଣ ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri