Posted inଜାତୀୟ

ମଙ୍ଗଳବାର ଉପସ୍ଥାପନ ହେବନି ଦିଲ୍ଲୀ ବଜେଟ: କେଜ୍‌ରିଓ୍ବାଲଙ୍କ ଅଭିଯୋଗ, କେନ୍ଦ୍ର ଦେଲାନି ଅନୁମତି

ନୂଆଦିଲ୍ଲୀ,୨୦।୩: ଦିଲ୍ଲୀ ବିଧାନସଭାରେ ମଙ୍ଗଳବାର ଉପସ୍ଥାପନ ହେବନି ବଜେଟ। ଦିଲ୍ଲୀ ସରକାରଙ୍କ ବଜେଟ ଉପରେ କେନ୍ଦ୍ର ସରକାର ରୋକୋ ଲଗାଇ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଦାବି କରିଛନ୍ତି। ଦିଲ୍ଲୀ ସରକାରଙ୍କ ଅନୁଯାୟୀ, କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ବଜେଟ ଏପର୍ଯ୍ୟନ୍ତ ଅନୁମୋଦନ ହୋଇନାହିଁ। ଦିଲ୍ଲୀର ବଜେଟରେ କେନ୍ଦ୍ର ସରକାରଙ୍କ ଅନୁମୋଦନ ଆବଶ୍ୟକ। ଏହାପରେ ଗୃହରେ ଏହାକୁ ଉପସ୍ଥାପିତ କରାଯାଇଥାଏ। ତେବେ ମଙ୍ଗଳବାର ଅର୍ଥାତ୍‌ ମାର୍ଚ୍ଚ ୨୧ରେ ଦିଲ୍ଲୀର ବଜେଟ ଉପସ୍ଥାପିତ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଜେ୍‌ରିଓ୍ବାଲ ଏକ ଘରୋଇ ଚ୍ୟାନେଲ କାର୍ଯ୍ୟକ୍ରମରେ ଦାବି କରିଛନ୍ତି। ସୂତ୍ର ଅନୁଯାୟୀ, ଭିତ୍ତିଭୂମି ଅପେକ୍ଷା ଦିଲ୍ଲୀ ସରକାର ବିଜ୍ଞାପନ ଉପରେ ହୋଇଥିବା ଖର୍ଚ୍ଚର ବଜେଟ କେନ୍ଦ୍ରକୁ ପଠାଥିଲେ। ଏହା ଉପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନୋଟିସ ଦେଇ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଥିଲା। କିନ୍ତୁ ଏପର୍ଯ୍ୟନ୍ତ ଦିଲ୍ଲୀ ସରକାର ଏହାର ଉତ୍ତର ଦେଇନାହାଁନ୍ତି। ଏହି କାରଣରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବଜେଟକୁ ଅଟକାଇଦେଇଛି। ସୂଚନାନୁସାରେ, ଦିଲ୍ଲୀ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ଏବଂ ପଠାଯାଇଥିବା ବଜେଟରେ କେନ୍ଦ୍ର ସରକାର ସନ୍ତୁଷ୍ଟ ନ ଥିବାରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏପର୍ଯ୍ୟନ୍ତ ଦିଲ୍ଲୀ ସରକାରଙ୍କ ବଜେଟକୁ ଅନୁମୋଦନ ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri