Posted inଜାତୀୟ

ମଙ୍ଗଳବାର ଉପସ୍ଥାପନ ହେବନି ଦିଲ୍ଲୀ ବଜେଟ: କେଜ୍‌ରିଓ୍ବାଲଙ୍କ ଅଭିଯୋଗ, କେନ୍ଦ୍ର ଦେଲାନି ଅନୁମତି

ନୂଆଦିଲ୍ଲୀ,୨୦।୩: ଦିଲ୍ଲୀ ବିଧାନସଭାରେ ମଙ୍ଗଳବାର ଉପସ୍ଥାପନ ହେବନି ବଜେଟ। ଦିଲ୍ଲୀ ସରକାରଙ୍କ ବଜେଟ ଉପରେ କେନ୍ଦ୍ର ସରକାର ରୋକୋ ଲଗାଇ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଦାବି କରିଛନ୍ତି। ଦିଲ୍ଲୀ ସରକାରଙ୍କ ଅନୁଯାୟୀ, କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ବଜେଟ ଏପର୍ଯ୍ୟନ୍ତ ଅନୁମୋଦନ ହୋଇନାହିଁ। ଦିଲ୍ଲୀର ବଜେଟରେ କେନ୍ଦ୍ର ସରକାରଙ୍କ ଅନୁମୋଦନ ଆବଶ୍ୟକ। ଏହାପରେ ଗୃହରେ ଏହାକୁ ଉପସ୍ଥାପିତ କରାଯାଇଥାଏ। ତେବେ ମଙ୍ଗଳବାର ଅର୍ଥାତ୍‌ ମାର୍ଚ୍ଚ ୨୧ରେ ଦିଲ୍ଲୀର ବଜେଟ ଉପସ୍ଥାପିତ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଜେ୍‌ରିଓ୍ବାଲ ଏକ ଘରୋଇ ଚ୍ୟାନେଲ କାର୍ଯ୍ୟକ୍ରମରେ ଦାବି କରିଛନ୍ତି। ସୂତ୍ର ଅନୁଯାୟୀ, ଭିତ୍ତିଭୂମି ଅପେକ୍ଷା ଦିଲ୍ଲୀ ସରକାର ବିଜ୍ଞାପନ ଉପରେ ହୋଇଥିବା ଖର୍ଚ୍ଚର ବଜେଟ କେନ୍ଦ୍ରକୁ ପଠାଥିଲେ। ଏହା ଉପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନୋଟିସ ଦେଇ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଥିଲା। କିନ୍ତୁ ଏପର୍ଯ୍ୟନ୍ତ ଦିଲ୍ଲୀ ସରକାର ଏହାର ଉତ୍ତର ଦେଇନାହାଁନ୍ତି। ଏହି କାରଣରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବଜେଟକୁ ଅଟକାଇଦେଇଛି। ସୂଚନାନୁସାରେ, ଦିଲ୍ଲୀ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ଏବଂ ପଠାଯାଇଥିବା ବଜେଟରେ କେନ୍ଦ୍ର ସରକାର ସନ୍ତୁଷ୍ଟ ନ ଥିବାରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏପର୍ଯ୍ୟନ୍ତ ଦିଲ୍ଲୀ ସରକାରଙ୍କ ବଜେଟକୁ ଅନୁମୋଦନ ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri