Posted inଜାତୀୟ

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ ମଧ୍ୟ ଦବି ରହିଥିବା ଆଶଙ୍କା କରାଯାଉଛି । କହିରଖୁଛୁ କି, ମଙ୍ଗଳବାର ରାତିରେ ଉତ୍ତରାଖଣ୍ଡରେ ଭୂକମ୍ପ ପରେ ଦିଲ୍ଲୀ ଏନ୍‌ସିଆର୍‌ରେ କମ୍ପନ ଅନୁଭୂତ ହେବା ପରେ ବିଲ୍ଡିଂରେ ଫାଟ ସୃଷ୍ଟି ହୋଇଥିଲା  ।

ଖବର ଅନୁସାରେ,  ଅପରାହ୍ନ ପ୍ରାୟ ୩:୩୦ ସମୟରେ ଏହି ଅଘଟଣ ଘଟିଥିବା ବେଳେ ଘଟଣା ସମ୍ପର୍କରେ ଖବର ପାଇ ଦିଲ୍ଲୀ ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ଦିଲ୍ଲୀ ପୋଲିସ, ନଗର ନିଗମ ଅଧିକାରୀ ଏବଂ ସିଭିଲ ଡିଫେନ୍ସ କର୍ମଚାରୀମାନେ ମଧ୍ୟ ଉଦ୍ଧାର କାର୍ଯ୍ୟରେ ଯୋଗଦେଇଥିଲେ। ବିଲ୍ଡିଂ ଭୁଶୁଡ଼ିବା ଫଳରେ ୨ରୁ ୩ଟି ପଡ଼ୋଶୀ ଘରର କିଛି ଅଂଶ ମଧ୍ୟ ପୋତି ହୋଇଯାଇଛି । ତେବେ ପାଢ୍ଚ ମହଲା ବିଶିଷ୍ଟ ବିଲ୍ଡିଂ ଭୁଶୁଡ଼ିବା ଯୋଗୁୁ ଅନେକ ଲୋକ ତଳେ ଚାପି ହୋଇ ରହିଥିବା ଅନୁମାନ କରାଯାଉଛି। ଅଳିଆ ଆବର୍ଜନା ସଫା କରିବା ପାଇଁ ଜେସିବି ଏକ୍ସକାଭେଟର ଏବଂ ଅନ୍ୟାନ୍ୟ ଭାରି ଯନ୍ତ୍ରପାତି ମୁତୟନ ହୋଇଛନ୍ତି । ତେବେ ତଦନ୍ତ ପରେ ହିଁ ଏହି ଭୁଶୁଡ଼ିବାର ପ୍ରକୃତ କାରଣ ଏକ କ୍ଷୟକ୍ଷତି ନେଇ ସମ୍ପୁର୍ଣ୍ଣ ତଥ୍ୟ ସାମ୍ନାକୁ ଆସିପାରିବ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?