Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସ ପେସର ନର୍ଜେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ, ୧୫।୪- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଦ୍ୱିତୀୟ ରାଉଣ୍ଡ ମ୍ୟାଚ ଆରମ୍ଭ ହୋଇ ଯାଇଥିବାବେଳେ ଦିଲ୍ଲୀ କ୍ୟାପିଟାଲ୍ସ ପେସ୍‌ ବୋଲର ଏନରିକ ନର୍ଜେ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ଫଳରେ ରିଷଭ ପନ୍ତଙ୍କ ଦଳକୁ ଏହା ଶକ୍ତ ଧକ୍କା ପହଞ୍ଚାଇଛି। ଏହି ଦ୍ରୁତ ବୋଲର ଦକ୍ଷିଣ ଆଫ୍ରିକାରୁ ନେଗେଟିଭ୍‌ ରିପୋର୍ଟ ଧରି ଆସିବା ପରେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ମାତ୍ର ବୁଧବାର ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଅନୁସାରେ ପଜିଟିଭ ଆସୁଥିବା ଖେଳାଳି ବାୟୋ ବବ୍‌ଲ ବାହାରେ ଅତିକମ୍‌ରେ ୧୦ ଦିନ ଆଇସୋଲେଶନରେ ରହିବେ। ତା’ ପରେ ତାଙ୍କର ଆରଟି-ପିସିଆର ପରୀକ୍ଷା ହେବ। ନର୍ଜେ ପାକିସ୍ତାନ ବିପକ୍ଷ ଦିନିକିଆ ସିରିଜର ୨ଟି ମ୍ୟାଚ ଖେଳିବା ପରେ ଆଇପିଏଲ ପାଇଁ ଭାରତ ଆସିଥିଲେ। ମୁମ୍ବାଇରେ ପହଞ୍ଚତ୍ବା ପରେ ସେ ୭ ଦିନ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌ରେ ଥିଲେ। ପୂର୍ବରୁ ଅକ୍ଷର ପଟେଲ କରୋନାରେ ଆକ୍ରାନ୍ତ ଥିବାବେଳେ ଏବେ ନର୍ଜେ ଏଥିରେ ସାମିଲ ହେବା ଦିଲ୍ଲୀ ଅଭିଯାନରେ ବାଧା ସୃଷ୍ଟି କରିଛି। ଦଳର ନିୟମିତ ଅଧିନାୟକ ଶ୍ରେୟାସ ଆୟାର କାନ୍ଧରେ ଆଘାତ ପାଇ ଆଇପିଏଲରୁ ଓହରି ଯାଇଛନ୍ତି। ଦିଲ୍ଲୀ ଏହାର ପ୍ରଥମ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସକୁ ହରାଇଥିବାବେଳେ ପରବର୍ତ୍ତୀ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ଭେଟିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri