Posted inଖେଳ

ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ

ଅହମଦାବାଦ,୧୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇ ତୃତୀୟ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଟାଇଟନ୍ସ ୧୭.୩ ଓଭରରେ ୮୯ ରନ୍‌ରେ ଅଲଆଉଟ ହୋଇଥିଲା। ଜବାବରେ ଦିଲ୍ଲୀ କ୍ୟାପିଟାଲ୍ସ ୮.୫ ଓଭରରେ ୪ ଉଇକେଟ ହରାଇ ଜିତି ନେଇଥିଲା।

ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଟସ୍‌ ଜିତି ପ୍ରଥମେ ବୋଲିଂ ନେଇଥିଲା। ଭେଟେରାନ୍‌ ଇଶାନ୍ତ ଶର୍ମା, ମୁକେଶ କୁମାର ଓ ଖଲିଲ ଅହମଦ ଚମତ୍କାର ବୋଲିଂ କରି ଟାଇଟନ୍ସର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ପେସର ମାନେ ୬ ଉଇକେଟ ନେଇଥିଲେ। ଅଧିନାୟକ ଶୁବମନ ଗିଲ୍‌ ୮, ରିଦ୍ଧିମାନ ସାହା ୨ ଓ ସାଇ ସୁଦର୍ଶନ ୧୨, ଡେଭିଡ୍‌ ମିଲର ୩ , ଅଭିନବ ମନୋହର ୬, ରାହୁଲ ଟଓ୍ବେଟିଆ ୧୦ ଓ ଶାହରୁଖ ଖାନ ୦ ବିଫଳ ହୋଇଥିଲେ। ୮ ନମ୍ବର ବ୍ୟାଟର ରଶିଦ୍‌ ଖାନ୍‌ ୩୧ ରନ୍‌ କରିବାରୁ ଦଳ ୮୯ ରନ୍‌ରେ ପହଞ୍ଚିଥିଲା। ରଶିଦ୍‌ ୨୪ ବଲ୍‌ ଖେଳି ୨ ଚୌକା ଓ ୧ ଛକା ମାରିଥିଲେ।

କ୍ୟାପିଟାଲ୍ସ ପକ୍ଷରୁ ମୁକେଶ କୁମାର ୩ ,ଇଶାନ୍ତ ଶର୍ମା, ଟ୍ରିଷ୍ଟାନ ଷ୍ଟବ୍ସ ୨ଟି ଲେଖାଏ ଉଇକେଟ ନେଇଥିଲେ। ୯୦ ରନ୍‌ ଲକ୍ଷ୍ୟରେ କ୍ୟାପିଟାଲ୍ସ ପକ୍ଷରୁ ଜେକ୍‌ ଫ୍ରେଜର ମ୍ୟାକଗ୍ରୁକ ଧୂଆଁଧାର ଆରମ୍ଭ କରିଥିଲେ। ସେ ୧୦ ବଲ୍‌ ଖେଳି ୨ଟି ଲେଖାଏ ଛକା ଓ ଚୌକା ସହ ୨୦ ରନ୍‌ କରିଥିଲେ। ଶାଇ ହୋପ୍‌ ୧୯, ଅଭିଷେକ ପୋରେଲ ୧୫ ଓ ରିଷଭ ପନ୍ତ ଅପରାଜିତ ୧୬ ରନ୍‌ କରି ଦିଲ୍ଳୀକୁ ବିଜୟୀ କରିଥିଲେ। ଗୁଜରାଟ ପକ୍ଷରୁ ସନ୍ଦୀପ ଓ୍ବାରିୟର୨, ରଶିଦ୍‌ ଖାନ ଓ ସ୍ପେନ୍ସର ଜନ୍‌ସନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?