Posted inଖେଳ

ସବୁ ବିଭାଗରେ ମୁମ୍ବାଇକୁ ହରାଇଲା ଦିଲ୍ଲୀ

ଚେନ୍ନାଇ,୨୦।୪ : ପ୍ରଥମେ ବୋଲିଂ ଓ ଫିଲ୍ଡିଂ ତା’ ପରେ ବ୍ୟାଟିଂ ବିଭାଗରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଛି ଦିଲ୍ଲୀ କ୍ୟାପିଟାଲ୍ସ। ଏଥବ ସହ ଗତବର୍ଷରୁ ମୁମ୍ବାଇ ବିପକ୍ଷରେ ଚାଲିଥିବା ପରାଜୟ ଧାରା ଦିଲ୍ଲୀ ଭଙ୍ଗ କରିଛି। ଗତ ସିଜନରେ ଫାଇନାଲ ସମେତ ୪ ଥର ମୁମ୍ବାଇ ଠାରୁ ଦିଲ୍ଲୀ ପରାସ୍ତ ହୋଇଥିଲା। ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୩୮ ରନ୍‌ର ବିଜୟ ଲକ୍ଷ୍ୟକୁ ଦିଲ୍ଲୀ ୬ ଉଇକେଟ ହାସଲ କରି ନେଇଥିଲା।

ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ମୁମ୍ବାଇ। ଦଳକୁ ଭଲ ଆରମ୍ଭ ଦେଇଥିଲେ ଅଧିନାୟକ ରୋହିତ ଶର୍ମା। ୩ ଲେଖାଏ ଚୌକା ଓ ଛକା ସହାୟତାରେ ସେ ୪୪ ରନ୍‌ କରିଥିଲେ। କିନ୍ତୁ ମୁମ୍ବାଇ ବ୍ୟାଟିଂ ଲାଇନ ଅପ୍‌କୁ ପୂରା ବିଗାଡ଼ି ଦେଇଥିଲେ ଅମିତ୍‌ ମିଶ୍ରା। ୪ ଓଭରରେ ୨୪ ରନ୍‌ ଦେଇ ହାତେଇଥିଲେ ୪ ଗୁରୁତ୍ୱପୂର୍ଣ୍ଣ ଉଇକେଟ। ତାଙ୍କୁ ସହଯୋଗ କରିଥିଲେ ଅଭେଶ ଖାନ (୨) ଓ ଲଲିତ ଯାଦବ (୧)। ଏଥି ଯୋଗୁ ୬.୫ ଓଭର ସୁଦ୍ଧା ୬୭/୧ ସ୍କୋର କରିଥିବା ମୁମ୍ବାଇ ୯ ଉଇକେଟ ହରାଇ ୧୩୭ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଜବାବରେ ଆରମ୍ଭରୁ ପୃଥ୍ବୀ ଶ (୭)ଙ୍କ ଉଇକଟ ହରାଇଥିଲା ଦିଲ୍ଲୀ। କିନ୍ତୁ ଶିଖର ଧାଓ୍ବନ (୪୫) ଓ ଷ୍ଟିଭ ସ୍ମିଥ (୩୩) ଦ୍ୱିତୀୟ ଉଇକେଟ ପାଇଁ ଯୋଡ଼ିଥିଲେ ୫୩ ରନ୍‌। ଏମାନଙ୍କ ଛଡ଼ା ଲଲିତ (୨୨*) ଓ ଶମରନ ହେଟମେୟର (୧୪*) ଛୋଟ ହେଲେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିଲେ। ଫଳରେ ଦିଲ୍ଲୀ ୧୯.୧ ଓଭରରେ ୪ ଉଇକେଟ ହରାଇ ୧୩୮ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri