Posted inଖେଳ

IPLରେ ପ୍ରଥମ ଦଳ ଭାବେ ଏମିତି କାରନାମା କଲା ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୧୭।୪: Ipl 2025ରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଏକ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ ସୁପର ଓଭରରେ ରାଜସ୍ଥାନକୁ ପରାସ୍ତ କରିଥିଲା। ଏହା ସୁପର ଓଭରରେ ଦିଲ୍ଲୀର ଚତୁର୍ଥ ବିଜୟ।

ଦିଲ୍ଲୀ ସୁପର ଓଭରରେ ସର୍ବାଧିକ ମ୍ୟାଚ ଜିତିଥିବା ଦଳ ପାଲଟିଛି। ଦିଲ୍ଲୀ ପଞ୍ଜାବ କିଙ୍ଗ୍ସର ରେକର୍ଡ ଭାଙ୍ଗିଛନ୍ତି। ଆଇପିଏଲରେ ପଞ୍ଜାବ ତିନୋଟି ସୁପର ଓଭର ମ୍ୟାଚ ଜିତିଛି।

ମୁମ୍ବାଇ ଇଣ୍ଡିଆନ୍ସ, ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସୁପର ଓଭରରେ ଦୁଇଟି ଲେଖାଏ ମ୍ୟାଚ ଜିତିଛନ୍ତି। ଏହି ମ୍ୟାଚ୍‌ରେ ଦିଲ୍ଲୀ ଆଉ ଏକ ରେକର୍ଡ ସୃଷ୍ଟି କରିଛି। ଦିଲ୍ଲୀ ମଧ୍ୟ IPLରେ ୫ଟି ଟାଇ ମ୍ୟାଚ ଖେଳିଥିବା ପ୍ରଥମ ଦଳ ହୋଇଛି।

ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ ୨୦ ଓଭରରେ ୫ ଉଇକେଟ ହରାଇ ୧୮୮ ରନ କରିଥିଲା। ଦିଲ୍ଲୀ ପକ୍ଷରୁ ଅଭିଷେକ ପୋରେଲ ୪୯, କେଏଲ ରାହୁଲ ୩୮, ଅକ୍ଷର ପଟେଲ ଏବଂ ଟ୍ରିଷ୍ଟାନ ଷ୍ଟବସ ୩୪-୩୪ ରନ କରିଥିଲେ।

ଟାର୍ଗେଟର ପିଛା କରୁଥିବା ରାଜସ୍ଥାନ ୨୦ ଓଭରରେ ୯ ଉଇକେଟ ହରାଇ କେବଳ ୧୮୮ ରନ କରିପାରିଥିଲା। ରାଜସ୍ଥାନ ପାଇଁ ଯଶସ୍ବୀ ଜୟସ୍ବାଲ ଏବଂ ନୀତୀଶ ରାଣା ଅର୍ଦ୍ଧଶତକ ହାସଲ କରିଥିଲେ। ଏହା ପରେ, ସୁପର ଓଭରରେ, ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରି ୧୧ ରନ କରିଥିଲା।
ଟାର୍ଗେଟର ପିଛା କରୁଥିବା ରାଜସ୍ଥାନ ୨୦ ଓଭରରେ ୯ ଉଇକେଟ ହରାଇ କେବଳ ୧୮୮ ରନ କରିପାରିଥିଲା। ରାଜସ୍ଥାନ ପାଇଁ ଜୟସ୍ବାଲ ଏବଂ ନୀତୀଶ ରାଣା ଅର୍ଦ୍ଧଶତକ ହାସଲ କରିଥିଲେ। ଏହା ପରେ, ସୁପର ଓଭରରେ, ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରି ୧୧ ରନ କରିଥିଲା।

ଦିଲ୍ଲୀ ମାତ୍ର ଚାରି ବଲ୍‌ରେ ୧୨ ରନ କରି ମ୍ୟାଚ ଜିତିଥିଲା। ଚଳିତ ସିଜିନରେ ଏହା ଦିଲ୍ଲୀର ୬ ମ୍ୟାଚ ମଧ୍ୟରୁ ୫ମ ବିଜୟ। ଦିଲ୍ଲୀ ଏବେ ୧୦ ପଏଣ୍ଟ ସହିତ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri