Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌ଙ୍କୁ ଜରିମାନା

ନୂଆଦିଲ୍ଲୀ,୧୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆଚରଣସଂହିତା ଉଲ୍ଲଂଘନ କରିଥିବା ଅଭିଯୋଗରେ ଦିଲ୍ଲୀ କ୍ୟାପିଟାଲ୍ସ ବୋଲିଂ କୋଚ୍‌ ମୁନାଫ ପଟେଲଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି।

ଏଥି ସହିତ ତାଙ୍କ ଶୃଙ୍ଖଳାଗତ ଖାତାରେ ଏକ ଡିମେରିଟ୍ସ ପଏଣ୍ଟ ଯୋଗ କରାଯାଇଛି। ବୁଧବାର ରାତିରେ ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚର ରୋମାଞ୍ଚକ ପରିସମାପ୍ତି ଘଟିଥିଲା। ଏଥିରେ ଉଭୟ ଦଳ ସମାନ ୧୮୮ ରନ କରିବାରୁ ମ୍ୟାଚ ଟାଇ ହୋଇଥିଲା।

ଫଳରେ ସୁପର ଓଭରରେ ଫଳାଫଳ ପଇସଲା ହୋଇଥିଲା। ଏହି ମ୍ୟାଚରେ ମୁନାଫ ଆପିଏଲ୍‌ ଆଚରଣ ସଂହିତାର ଧାରା ୨.୨୦ର ଉଲ୍ଲଂଘନ କରିଥିଲେ। ଭାରତର ପୂର୍ବତନ ପେସ୍‌ ବୋଲର ତାଙ୍କ ଭୁଲ୍‌ ସ୍ବୀକାର କରିନେବାରୁ ଆନୁଷ୍ଠାନିକ ଶୁଣାଣି ଆବଶ୍ୟକ ପଡ଼ି ନ ଥିଲା।

ମ୍ୟାଚ ବେଳେ ମୁନାଫା କ’ଣ ଦୋଷ କରିଥିଲେ ଯଦିଓ ତାହା ସ୍ପଷ୍ଟ କରାଯାଇ ନାହିଁ। ମୁନାଫ ଖେଳ ମଝିରେ ଜଣେ ଖେଳାଳିଙ୍କ ଜରିଆରେ ପଡ଼ିଆ ମଧ୍ୟକୁ ଏକ ବାର୍ତ୍ତା ପଠାଇବାକୁ ଚାହୁଁଥିଲେ। ମାତ୍ର ତାଙ୍କୁ ଅନୁମତି ନ ମିଳିବାରୁ ମ୍ୟାଚ ଅଫିସିଆଲଙ୍କ ସହିତ ତାଙ୍କର ବଚସା ହୋଇଥିଲା। ଏହି କାରଣ ପାଇଁ ତାଙ୍କୁ ଦଣ୍ଡିତ କରାଯାଇଥିବା କୁହାଯାଉଛି।

ସୂଚନାଯୋଗ୍ୟ, ଏମ୍‌ଏସ୍‌ ଧୋନୀଙ୍କ ନେତୃତ୍ୱରେ ୨୦୧୧ ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍‌ ଜିତିଥିବା ଭାରତୀୟ ଦଳର ମୁନାଫ୍‌ ଥିଲେ ଅନ୍ୟତମ ପ୍ରମୁଖ ସଦସ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri