ଆଜିର ମ୍ୟାଚ୍‌କୁ ନେଇ ବଢିଲା ସସ୍‌ପେନ୍ସ

ମୁମ୍ବାଇ,୨୦।୪: ଆଇପିଏଲ ୨୦୨୨ ଉପରେ କରୋନା ଛାୟା ପଡିଛି। ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ଆଉ ଜଣେ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। କରୋନା ଆକ୍ରାନ୍ତ ହୋଇଥିବା ଖେଳାଳି ଜଣେ ବିଦେଶୀ ବୋଲି ଜଣାପଡିଛି। ଏହି କାରଣରୁ ଆଜିର ମ୍ୟାଚ୍‌କୁ ନେଇ ସସ୍‌ପେନ୍ସ ବଢିଛି। ଦିଲ୍ଲୀ ଓ ପଞ୍ଜାବ ମଧ୍ୟରେ ଆଜି ମୁମ୍ବାଇରେ ମ୍ୟାଚ ଖେଳାଯିବ।
ଦିଲ୍ଲୀ କ୍ୟାପିଟାଲ୍ସ କ୍ୟାମ୍ପରେ ମହାମାରୀ କରୋନା ଭାଇରସ ପ୍ରବେଶ କରିବା ପରେ ବଦଳିଛି ମ୍ୟାଚର ଭେନ୍ୟୁ ବଦଳାଯାଇଥିଲା। ଦିଲ୍ଲୀ ଓ ପଞ୍ଜାବ ମଧ୍ୟରେ ପୁଣେରେ ମ୍ୟାଚ ଖେଳାଯିବାର ଥିଲା। କିନ୍ତୁ ଏବେ ଏହି ମ୍ୟାଚ୍ଟି ମୁମ୍ବାଇର ବ୍ରାବୋର୍ଣ୍ଣ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଦିଲ୍ଲୀର ଫିଜିଓ ପ୍ୟାଟ୍ରିକ ଫରହାର୍ଟ(ଏପ୍ରିଲ ୧୫), ସ୍ପୋର୍ଟସ ମ୍ୟାସେଜ ଥେରାପିଷ୍ଟ ଚେତନ କୁମାର(ଏପ୍ରିଲ ୧୬), ଖେଳାଳି ମିଚେଲ ମାର୍ଶ (ଏପ୍ରିଲ ୧୮), ଦଳର ଡାକ୍ତର ଅଭିଜିତ ସାଲଭି(ଏପ୍ରିଲ ୧୮) ଓ ସୋଶାଲ ମିଡିଆ ସଦସ୍ୟ ଆକାଶ ମାନେ(ଏପ୍ରିଲ ୧୮) କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ କରୋନା ଆକ୍ରାନ୍ତ ଏବେ ଆଇସୋଲେସନରେ ଅଛନ୍ତି । ଏପ୍ରିଲ ୧୬ରୁ ଦିଲ୍ଲୀ କ୍ୟାମ୍ପର ସବୁ ସଦସ୍ୟଙ୍କର ନିୟମିତ କରୋନା ଟେଷ୍ଟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର…

ଦହିବରା ଦେକାନରେ ବସିଥିବା ବେଳେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ୬ ଦୁର୍ବୃତ୍ତ, ବଞ୍ଚାଇବାକୁ ଯାଇ ହଣା ଖାଇଲେ ଦୋକାନୀ

ବାରଙ୍ଗ,୧୨।୫(ଲିଙ୍ଗରାଜ ରାଉତ): ପୁଣି ଅଶାନ୍ତ ହେଲା ବାରଙ୍ଗ। ଦିନ ଦ୍ବିପହରରେ ବାରଙ୍ଗରେ ବୁଲିଲା ଖଣ୍ଡା । ଖଣ୍ଡା ଚୋଟରେ ତିନି ଯୁବକ ଗୁରୁତର ଆହତ ହୋଇଥିବା ବେଳେ…

ତାଲିବାନୀ ସଜ୍ଜା! ପ୍ରଥମେ ଅଧା ଚୁଟି କାଟିଦେଲେ, ୧୧-୧୨ ବର୍ଷ ବୟସର ପିଲାଙ୍କୁ ବଳପୂର୍ବକ ବିବାହ କଲେ

ପାଟନା,୧୨।୫: ବିହାରର କଟିହାର ଜିଲାରୁ ଏକ ଖବର ଆସିଛି ଯାହା କେବଳ ସାମାଜିକ ମର୍ଯାଦାକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଛି ନୁହେଁ ବରଂ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ମଧ୍ୟ…

ପାନୀୟଜଳ ପ୍ରକଳ୍ପ ଅଚଳ, ପାଣି ପାଇଁ ଲୋକେ ହଟହଟା

ଭେଡେନ,୧୨।୫(ହୃଷିକେଶ ଖମାରୀ):ରାଜ୍ୟ ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ପାଇଁ ରାଜକୋଷରୁ କୋଟି କୋଟି ଟଙ୍କା ମଞ୍ଜୁର କରି…

ସମସ୍ୟା ଘେରରେ କେସିଙ୍ଗା-କାଣ୍ଡେଲ ରୋଡ଼ ରେଳ ଷ୍ଟେଶନ: ୯ ଦଫା ଦାବି ସମାଧାନ କରିବାକୁ ଆହ୍ବାନ

କେସିଙ୍ଗା,୧୧।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ କେସିଙ୍ଗା ପକ୍ଷରୁ କେସିଙ୍ଗା ଓ କାଣ୍ଡେଲ ରୋଡ଼ ରେଳ ଷ୍ଟେଶନର ୯ ଦଫା ସମସ୍ୟାକୁ ନେଇ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri