Posted inଖେଳ

ଏହି କାରଣରୁ ରାଗିଯାନ୍ତି କୋହଲି

ନୂଆଦିଲ୍ଲୀ,୨୫।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ନିଜର ଆକ୍ରମଣାତ୍ମକ ଅନ୍ଦାଜ୍‌ ପାଇଁ ଜଣାଶୁଣା। ପଡ଼ିଆରେ ସେ ନିଜର କ୍ରୋଧ ଅନେକ ଥର ଦେଖାଇଛନ୍ତି। ଏବେ ବିରାଟ କୋହଲିଙ୍କ କ୍ରୋଧକୁ ନେଇ ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏକ ଖୁଲାସା କରିଛନ୍ତି।
ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଟୁଇଟର୍‌ରେ ଏକ ଭିଡିଓ ଶେୟାର କରାଯାଇଛି। ଏହି ଭିଡିଓରେ ରିଷଭ କହିଛନ୍ତି, ମୁଁ କାହାକୁ ଭୟ କରେ ନାହିଁ, କିନ୍ତୁ ମୁଁ ବିରାଟ ଭାଇଙ୍କ କ୍ରୋଧକୁ ଡରେ। ଯେତେବେଳେ କେହି ଭୁଲ କରନ୍ତି ସେତେବେଳେ ବିରାଟ କୋହଲି ରାଗିଯାନ୍ତି। ରାଗିବା ମଧ୍ୟ ଯଥାର୍ଥ। ଜଣେ ଭୁଲ୍‌ରୁ ହିଁ ଶିଖିବ।
ରିଷଭ ପନ୍ତ ୨୦୧୮ରେ ଇଂଲଣ୍ଡ ବିପକ୍ଷ ସିରିଜରେ ଡେବ୍ୟୁ କରିଥିଲେ। ସେ ସମସ୍ତ ତିନୋଟି ଫର୍ମାଟରେ ଭାରତୀୟ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଖେଳାଳି ଅଟନ୍ତି। ରିଷଭଙ୍କ ଟେଷ୍ଟ କ୍ୟାରିୟରରେ ସେ ଏପର୍ଯ୍ୟନ୍ତ ୩୧ଟି ଟେଷ୍ଟ ମ୍ୟାଚରେ ୪୩.୬୨ ହାରାହାରିରେ ୨୧୨୩ ରନ ସ୍କୋର କରିଛନ୍ତି। ଏଥିସହ ସେ ୫ ଥର ଶତକ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ

ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ବିଶିଷ୍ଟ ମଞ୍ଚ କଳାକାର ପ୍ରକାଶ ଦେବତାଙ୍କ ପରଲୋକ: ବିଭିନ୍ନ ମହଲରେ ଶୋକର ଛାୟା

ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଶିଷ୍ଟ ମଞ୍ଚ କଳାକାର ତଥା ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲର ଉପସଭାପତି ପ୍ରକାଶ ଦେବତା (ପେରୁ )ଙ୍କର ବୁର୍ଲା ଡାକ୍ତରଖାନାରେ ପରଲୋକ…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri